ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି। ଦାରିଙ୍ଗବାଡ଼ି ସମେତ ସିମନବାଡ଼ି ଓ ବ୍ରାହ୍ମଣୀଗାଁ ଅଞ୍ଚଳରେ ବ୍ଲକ କଂଗ୍ରେସ କର୍ମୀଙ୍କ ସହ ବିଭିନ୍ନ ସହଯୋଗୀ ଦଳର କର୍ମୀମାନେ ବନ୍ଦ ପାଳନ କରିଛନ୍ତି। ସିମନବାଡ଼ିରେ ପଞ୍ଚାୟତ ସ୍ତରୀୟ କଂଗ୍ରେସ ସଭାପତି ରାମଦେଓ ପ୍ରଧାନଙ୍କ ନେତୃତ୍ୱରେ କର୍ମୀମାନେ ରାସ୍ତା ଅବରୋଧ କରି ବିକ୍ଷୋଭ କରିଥିଲେ। ସିମନବାଡ଼ିରୁ ବାଲିଗୁଡ଼ା, ରାଇକିଆ ଓ ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ରାସ୍ତାରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।

ସେହିପରି ଦାରିଙ୍ଗବାଡ଼ି ଚାରିଛକ ଠାରେ ବ୍ଲକ କଂଗ୍ରେସ, ଯୁବ କଂଗ୍ରେସ, ଛାତ୍ର କଂଗ୍ରେସ ସମେତ ସହଯୋଗୀ ଦଳର କର୍ମୀମାନେ ରାସ୍ତା ଉପରେ ଦଉଡ଼ି ବାନ୍ଧି ଗାଡ଼ିମୋଟର ଅଟକାଇଥିଲେ। ଏହାଫଳରେ ଗୋପାଳପୁରରାୟପୁରକୁ ସଂଯୋଗ କରୁଥିବା ୫୯ ନମ୍ବର ଜାତୀୟ ରାଜପଥରେ ଯାତାୟାତ ପ୍ରଭାବିତ ହୋଇଥିଲା। ଦାରିଙ୍ଗବାଡ଼ି ଓ ଆଖପାଖ ଅଞ୍ଚଳର ବିଦ୍ୟାଳୟଗୁଡ଼ିକରେ ପରୀକ୍ଷା ଚାଲିଥିବାରୁ ଦୂରଦୂରାନ୍ତରୁ ଆସୁଥିବା ଛାତ୍ରଛାତ୍ରୀମାନେ ସମୟରେ ବିଦ୍ୟାଳୟରେ ପହଞ୍ଚିବାରେ ଅସୁବିଧାରେ ପଡ଼ିଥିଲେ। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମେତ ଅନ୍ୟ ବିଦ୍ୟାଳୟକୁ ପରୀକ୍ଷା ଦେବାକୁ ଆସୁଥିବା ଅନେକ ଛାତ୍ରଛାତ୍ରୀ ରାସ୍ତା ଅବରୋଧ ଯୋଗୁ ହନ୍ତସନ୍ତ ହୋଇଥିବା ଜଣାପଡ଼ିଛି।

ବନ୍ଦ ପାଳନ ଯୋଗୁ ସିମନବାଡ଼ି, ବ୍ରାହ୍ମଣୀଗାଁ ଓ ଦାରିଙ୍ଗବାଡ଼ି ଅଞ୍ଚଳରେ ଔଷଧ ଦୋକାନକୁ ଛାଡ଼ି ଅଧିକାଂଶ ଦୋକାନବଜାର ବନ୍ଦ ରହିଥିଲା। ଫଳରେ ସାଧାରଣ ଜନଜୀବନ ମଧ୍ୟ ପ୍ରଭାବିତ ହୋଇଥିଲା। ଭୁବନେଶ୍ୱରରୁ ଦାରିଙ୍ଗବାଡ଼ି ଅଭିମୁଖେ ଆସୁଥିବା ରାତ୍ରିକାଳୀନ ବସ୍‌ଗୁଡ଼ିକ ଭୋର ସମୟରେ କିଛି ବିଳମ୍ବରେ ପହଞ୍ଚିଥିଲା। ସେହି ସମୟରେ ବନ୍ଦ ପାଳନ ଆରମ୍ଭ ହୋଇଯାଇଥିବାରୁ ବିକ୍ଷୋଭକାରୀମାନେ ବସ୍‌ଗୁଡ଼ିକୁ ବସ୍‌ଷ୍ଟାଣ୍ଡକୁ ଯିବାକୁ ଦେଇନଥିଲେ। ଏହାକୁ ନେଇ କିଛି ସମୟ ପାଇଁ ଅଶାନ୍ତିର ପରିସ୍ଥିତି ସୃଷ୍ଟି ହୋଇଥିଲା।

ବସ୍‌ଗୁଡ଼ିକ ଅଟକି ରହିବା ଯୋଗୁ ଯାତ୍ରୀମାନେ ଅସୁବିଧାରେ ପଡ଼ିଥିବା ବେଳେ ବସ କର୍ମଚାରୀ ଓ ରାତିସାରା ଯାତ୍ରା କରି ଗାଡ଼ି ଚଳାଇ ଆସିଥିବା ଚାଳକମାନେ ମଧ୍ୟ ହଇରାଣ ହୋଇଥିଲେ। ଖବର ଲେଖାଯିବା ସୁଦ୍ଧା ବନ୍ଦ ପାଳନ ଶାନ୍ତିଶୃଙ୍ଖଳାର ସହ ଚାଲିଥିବା ବେଳେ କୌଣସି ପ୍ରକାର ବିଶୃଙ୍ଖଳା ହେଲେ ଦାରିଙ୍ଗବାଡ଼ି ପୋଲିସ ସମ୍ପୂର୍ଣ୍ଣ ସଜାଗ ରହିଥିବା ଥାନା ଆଇଆଇସି ସଂଗ୍ରାମ କେଶରୀ ଜେନା କହିଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?