Posted inଜାତୀୟ

ପାକିସ୍ତାନକୁ ଚେନାବ ଜଳ ରୋକିଲା ଭାରତ

ନୂଆଦିଲ୍ଲୀ,୬ା୫: ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପ୍ରଥମ ପଦକ୍ଷେପ ସ୍ବରୂପ ସିନ୍ଧୁନଦୀ ଜଳ ଚୁକ୍ତିକୁ ସ୍ଥଗିତ ରଖିଥିବାବେଳେ ରବିବାର ଜମ୍ମୁର ବାଗ୍ଲିହାର ଡ୍ୟାମ୍‌ରୁ ଚେନାବ ନଦୀଜଳ ପ୍ରବାହକୁ ସାମୟିକ ଭାବେ ରୋକିଛି। ବନ୍ଦିପୋର ନିକଟ କିଶନଗଙ୍ଗା ଡ୍ୟାମ୍‌ରୁ ମଧ୍ୟ ଅନୁରୂପ ଭାବେ ଜଳ ରୋକିବାକୁ କେନ୍ଦ୍ର ସରକାର ଯୋଜନା କରୁଥିବା ଜଣାପଡ଼ିଛି। କଶ୍ମୀରର ୨ଟି ଜଳବିଦ୍ୟୁତ୍‌ ପ୍ରକଳ୍ପର ଭଣ୍ଡାର ଜଳଧାରଣ କ୍ଷମତା ବଢ଼ାଇବାକୁ ସରକାର କାମ ଆରମ୍ଭ କରିଛନ୍ତି। ଏଥିସହିତ ଉକ୍ତ ଅଞ୍ଚଳରେ ଅଟକି ରହିଥିବା ୬ଟି ଜଳବିଦ୍ୟୁତ୍‌ ପ୍ରକଳ୍ପ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବା ଆଶା କରାଯାଉଛି। ସେଗୁଡ଼ିକ ହେଲା ସାଓ୍ବଲକୋଟ୍‌ର ୧,୮୫୬ ମେଗାଓ୍ବାଟ ପ୍ରକଳ୍ପ, ୧,୩୨୦ ମେଗାଓ୍ବାଟ୍‌ କ୍ଷମତା ବିଶିଷ୍ଟ କିର୍ଥାଇ-୧ ପ୍ରକଳ୍ପ ଏବଂ ୧୦୦୦ ମେଗାଓ୍ବାଟ କ୍ଷମତା ବିଶିଷ୍ଟ ପକଲ ଡୁଲ୍‌। ଏହା ବ୍ୟତୀତ ଅନ୍ୟ ୩ଟି ପ୍ରକଳ୍ପରୁ ୨,୨୨୪ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି। ଏହି ୬ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ ଜମ୍ମୁ-କଶ୍ମୀର ମୋଟ ୧୦ ହଜାର ମେଗାଓ୍ବାଟ ବିଦ୍ୟୁତ୍‌ ଉତ୍ପାଦନ କରିବା ସହ ଜଳସେଚନ ଓ ଘରୋଇ ବ୍ୟବହାର ପାଇଁ ଅଧିକ ଜଳ ପାଇପାରିବ। ତେବେ ସିନ୍ଧୁନଦୀ ଜଳ ଚୁକ୍ତି ଏବେ ମଧ୍ୟ କାର୍ଯ୍ୟକାରୀ ଥିବାରୁ ଉପରୋକ୍ତ ନିର୍ମାଣର ୬ ମାସ ପୂର୍ବରୁ ଭାରତ ପାକିସ୍ତାନକୁ ନୋଟିସ୍‌ କରିବାକୁ ପଡ଼ିବ। ଇସ୍‌ଲାମାବାଦ ପ୍ରକଳ୍ପକୁ ବିଳମ୍ବିତ କିମ୍ବା ବାତିଲ କରାଇବା ପାଇଁ ବିଭିନ୍ନ ଆଇନଗତ ଚ୍ୟାଲେଞ୍ଜ ସୃଷ୍ଟି କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?