Posted inଖେଳ

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବ। ଏହା ପୂର୍ବରୁ ଟିମ ଇଣ୍ଡିଆର ବୋଲିଂ କୋଚ ମୋର୍ନେ ମୋର୍କେଲ କହିଛନ୍ତି ଯେ ବିଶ୍ୱକପ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ଏଥିପାଇଁ ବୋଲରମାନଙ୍କୁ ଅଧିକରୁ ଅଧିକ ଗେମ ଟାଇମ ଦେବା ଅତ୍ୟନ୍ତ ଜରୁରୀ ବୋଲି ସେ କହିଛନ୍ତି।

୩ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ ରବିବାର ଥିରୁଭାନନ୍ତପୁରମରେ ଖେଳାଯିବ। ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ ପାଇଁ ଭାରତୀୟ ଦଳର ଦ୍ରୁତ ବୋଲିଂ ବିଭାଗରେ ପ୍ରସିଦ୍ଧ କୃଷ୍ଣା, ମହମ୍ମଦ ସିରାଜ, ଗୁରନୂର ବ୍ରାଡାର ଓ ଆକିବ ନବୀଙ୍କୁ ସାମିଲ କରାଯାଇଛି।

ପ୍ରେସ କନଫରେନ୍ସରେ ମୋର୍କେଲ କହିଛନ୍ତି , ବୋଲରମାନଙ୍କୁ ନିୟମିତ ଖେଳିବାର ସୁଯୋଗ ଦେବା ଅତ୍ୟନ୍ତ ଜରୁରୀ। ବିଭିନ୍ନ ପରିସ୍ଥିତିରେ ବୋଲରମାନେ କିପରି ପ୍ରଦର୍ଶନ କରୁଛନ୍ତି, ତାହା ବୁଝିବା ପାଇଁ ଗେମ ଟାଇମ ଆବଶ୍ୟକ ବୋଲି ସେ କହିଛନ୍ତି।

ମୋର୍କେଲଙ୍କ କହିବା ଅନୁଯାୟୀ, ଗତ ବର୍ଷ ମଧ୍ୟ ଦଳ ପରିଚାଳନା ବୋଲରମାନଙ୍କୁ ଅଧିକ ମ୍ୟାଚ ଖେଳାଇ ବିଭିନ୍ନ ପରିସ୍ଥିତିରେ ସେମାନଙ୍କ ପ୍ରଦର୍ଶନ ପରଖିବାକୁ ଚେଷ୍ଟା କରିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ମଧ୍ୟ ଏହି ପ୍ରକ୍ରିୟା ଜାରି ରହିବ। ଏହା ସହ ନ୍ୟୁଜିଲାଣ୍ଡ ବିପକ୍ଷ ଆଗାମୀ ସିରିଜ ଉପରେ ମଧ୍ୟ ଦଳର ନଜର ରହିଛି।

୨୦୨୭ ବିଶ୍ୱକପକୁ ଦୃଷ୍ଟିରେ ରଖି ଗତ ଏକ ବର୍ଷ ଧରି ଟିମ ମ୍ୟାନେଜମେଣ୍ଟ ଅନେକ ନୂଆ ଖେଳାଳିଙ୍କୁ ସୁଯୋଗ ଦେଇ ସେମାନଙ୍କୁ ପରଖି ଆସୁଛି। ବୋଲରମାନଙ୍କୁ ଆନ୍ତର୍ଜାତୀୟ ସ୍ତରରେ ଆବଶ୍ୟକ ଅଭିଜ୍ଞତା ଦେବା ଏହି ପ୍ରସ୍ତୁତିର ଏକ ଅଂଶ ବୋଲି ମୋର୍କେଲ ସଙ୍କେତ ଦେଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?