Posted inଜାତୀୟ

ଭାରତ ବିଶ୍ୱ ଅର୍ଥନୀତିର ‘ଉଜ୍ଜ୍ୱଳ ତାରକା’: ମୋଦି

ନୂଆଦିଲ୍ଲୀ,୭।୩: ବଜେଟ ପରେ ଅନୁଷ୍ଠିତ ପୋଷ୍ଟ ବଜେଟ ୱେବିନାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସମ୍ବୋଧିତ କରିଛନ୍ତି। ଆଜି ଭାରତକୁ ବିଶ୍ୱ ଅର୍ଥନୀତିର ଉଜ୍ଜ୍ୱଳ ତାରକା କୁହାଯାଉଛି ଏବଂ ଦେଶ ମଧ୍ୟ ଜି-୨୦ ଅଧ୍ୟକ୍ଷତା ଦାୟିତ୍ୱ ଗ୍ରହଣ କରୁଛି। ୨୦୨୧-୨୨ ବର୍ଷରେ ଭାରତ ଏପର୍ଯ୍ୟନ୍ତ ସର୍ବାଧିକ ଏଫ୍‌ଡିଆଇ ପାଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା ମଧ୍ୟ କହିଛନ୍ତି ଯେ, ରୁପେ ଏବଂ ୟୁପିଆଇ କେବଳ କମ୍‌ ମୂଲ୍ୟ ଏବଂ ଅତ୍ୟଧିକ ସୁରକ୍ଷିତ ପ୍ରଯୁକ୍ତିବିଦ୍ୟା ନୁହେଁ, ଏହା ବିଶ୍ୱରେ ଆମର ପରିଚୟ। ଭାରତ ଅର୍ଥନୈତିକ ଅନୁଶାସନ, ପାରଦର୍ଶିତା ଏବଂ ସମୂହ ଆଭିମୁଖ୍ୟ ଆଡ଼କୁ ଗତି କରୁଛି। ତେଣୁ ଆମେ ମଧ୍ୟ ଏକ ବଡ଼ ପରିବର୍ତ୍ତନ ଦେଖୁଛୁ। ବିଭିନ୍ନ ଭୌଗୋଳିକ ଏବଂ ଅର୍ଥନୈତିକ କ୍ଷେତ୍ରର ଅଗ୍ରଗତି ପାଇଁ କାର୍ଯ୍ୟ କରୁଥିବା ଘରୋଇ କ୍ଷେତ୍ରକୁ ମଧ୍ୟ ଆମକୁ ସର୍ବାଧିକ ସହାୟତା ଦେବାକୁ ପଡିବ। ଏକଦା ଭାରତରେ ଟ୍ୟାକ୍ସ ହାର କେତେ ଅଧିକ ତାହା ସବୁଠି ଆଲୋଚନା ହେଉଥିଲା, କିନ୍ତୁ ଆଜି ଭାରତରେ ପରିସ୍ଥିତି ସମ୍ପୂର୍ଣ୍ଣ ଅଲଗା।
ବ୍ୟାଙ୍କିଙ୍ଗ ବ୍ୟବସ୍ଥା ସମ୍ପର୍କରେ ମୋଦି କହିଛନ୍ତି, ଆଜିର ସମୟର ଆବଶ୍ୟକତା ହେଉଛି ଯେ ଭାରତର ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ଆସିଥିବା ମଜଭୁତିର ଲାଭ ଯଥାସମ୍ଭବ ଲୋକଙ୍କ ନିକଟରେ ପହଞ୍ଚିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri