Posted inଖେଳ

୭ ବର୍ଷର ରେକର୍ଡ ଭାଙ୍ଗିଲା ଭାରତ

କେପ୍‌ଟାଉନ୍‌,୧୩।୨: ମହିଳା ଟି-୨୦ ବିଶ୍ୱକପ୍‌ର ଉଦ୍‌ଘାଟନୀ ମ୍ୟାଚରେ ଭାରତ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୭ ଉଇକେଟ୍‌ରେ ପରାସ୍ତ କରିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୨୦ ଓଭରରେ ୪ ଉଇକେଟ୍‌ ହରାଇ ୧୪୯ ରନ ସଂଗ୍ରହ କରିଥିଲା। ଟି-୨୦ରେ ଭାରତ ବିପକ୍ଷରେ ଏହା ପାକିସ୍ତାନର ସବୁଠାରୁ ବଡ ସ୍କୋର ଥିଲା। ବିସମା ମାରୋଫ ୫୫ ବଲରୁ ଅପରାଜିତ ୬୮ ଏବଂ ଆୟେଶା ନାସିମ ୨୫ ବଲରୁ ଅପରାଜିତ ୪୩ ସ୍କୋର କରିଥିଲେ।
ଏହାର ଜବାବରେ ଭାରତ ୧୯ ଓଭରରେ ୩ଟି ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିଥିଲା। ଭାରତ ପକ୍ଷରୁ ଜେମିମା ୩୮ ବଲରେ ୫୩ ରନରେ ଅପରାଜିତ ରହିଥିଲେ ଏବଂ ରିଚା ୨୦ ବଲରେ ୪୧ ରନ ସଂଗ୍ରହ କରିଥିଲେ।
ମହିଳା ଟି-୨୦ ବିଶ୍ୱକପ୍‌ରେ ସର୍ବାଧିକ ରନ୍‌ ପିଛା କରି ଜିତିବାରେ ଭାରତ ଦ୍ୱିତୀୟ ଦଳ ହୋଇଛି। ଏହି ପ୍ରସଙ୍ଗରେ ଭାରତ ୱେଷ୍ଟଇଣ୍ଡିଜ୍‌ର ସାତ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛି। ୱେଷ୍ଟଇଣ୍ଡିଜ ୨୦୧୬ ମହିଳା ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ୧୪୯ ରନ୍‌ର ଟାର୍ଗେଟକୁ ପଛରେ ପକାଇ ଦେଇଥିଲା। ଏହି ତାଲିକାରେ ଇଂଲଣ୍ଡ ଦଳ ପ୍ରଥମ ସ୍ଥାନରେ ରହିଛି। ୨୦୦୯ ଟି-୨୦ ବିଶ୍ୱକପରେ ଅଷ୍ଟ୍ରେଲିଆ ବିପକ୍ଷରେ ୧୬୪ ରନର ଲକ୍ଷ୍ୟ ହାସଲ କରିଥିଲା।
ଭାରତୀୟ ଦଳକୁ ଆସନ୍ତା ଫେବୃଆରୀ ୧୫ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ପରବର୍ତ୍ତୀ ମ୍ୟାଚ ଖେଳିବାକୁ ପଡିବ। ଗ୍ରୁପ-ବିରେ ଏହି ବିଜୟ ସହିତ ଟିମ ଇଣ୍ଡିଆ ଦୁଇଟି ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛି। ଇଂଲଣ୍ଡ ଦଳ ଦୁଇଟି ପଏଣ୍ଟ ଏବଂ ଭଲ ରନ ହାର ସହିତ ଶୀର୍ଷରେ ରହିଛି। ପାକିସ୍ତାନ ଚତୁର୍ଥ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri