Budget 2026: ଭାରତ ହେବ ଚିପ୍ ମାନୁଫାକ୍ଚରିଂ ହବ୍; ୪୦,୦୦୦ କୋଟିର ବ୍ୟୟବରାଦ

ନୂଆଦିଲ୍ଲୀ,୧।୨: ଭାରତ ହେବ ଚିପ୍ ମାନୁଫାକ୍ଚରିଂ ହବ୍। ସେମିକଣ୍ଡକ୍ଟର କ୍ଷେତ୍ରରେ ପାଲଟିବା ବିଶ୍ୱସ୍ତରୀୟ ଶକ୍ତି। ଭାରତର ବୈଷୟିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ବଜେଟରେ ଇଣ୍ଡିଆ ସେମିକଣ୍ଡକ୍ଟର ମିଶନ (ISM) ୨.୦ ର ଶୁଭାରମ୍ଭ ଘୋଷଣା ହୋଇଛି। ଉତ୍ପାଦନକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ୪୦,୦୦୦ କୋଟି ଟଙ୍କାର ବୃହତ୍ ବ୍ୟୟବରାଦ ଘୋଷଣା କରିଛନ୍ତି।

ISM ୧.୦ ର ସଫଳତା ପରେ, ଦ୍ୱିତୀୟ ପର୍ଯ୍ୟାୟରେ ସେମିକଣ୍ଡକ୍ଟର ନିର୍ମାଣ ପାଇଁ ଆବଶ୍ୟକ ଯନ୍ତ୍ରପାତି ଓ କଞ୍ଚାମାଲ ଭାରତରେ ହିଁ ପ୍ରସ୍ତୁତ କରାଯିବ। କେବଳ ଚିପ୍ ନିର୍ମାଣ ନୁହେଁ, ବରଂ ‘ଫୁଲ୍-ଷ୍ଟାକ୍ ଇଣ୍ଡିଆନ୍ ଆଇପି’ ବା ଭାରତୀୟ ବୌଦ୍ଧିକ ସମ୍ପଦର ଡିଜାଇନ୍ ଏବଂ ବିକାଶ ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି। ବିଶ୍ୱ ବଜାର ଉପରେ ନିର୍ଭରଶୀଳତା କମାଇବା ପାଇଁ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳାକୁ ଅଧିକ ଶକ୍ତିଶାଳୀ କରାଯିବ। ଶିଳ୍ପ-ଭିତ୍ତିକ ଗବେଷଣା ଏବଂ ତାଲିମ କେନ୍ଦ୍ର ମାଧ୍ୟମରେ ଏକ ଦକ୍ଷ କର୍ମଜୀବୀ ଦଳ ପ୍ରସ୍ତୁତ କରାଯିବ।

ଅର୍ଥମନ୍ତ୍ରୀ କହିଛନ୍ତି ଯେ ଏପ୍ରିଲ ୨୦୨୫ରେ ଆରମ୍ଭ ହୋଇଥିବା ‘ଇଲେକ୍ଟ୍ରୋନିକ୍ସ କମ୍ପୋନେଣ୍ଟ ମାନୁଫାକ୍ଚରିଂ ସ୍କିମ୍’ (ECMS) ପାଇଁ ପୂର୍ବରୁ ୨୨,୯୯୯ କୋଟି ଟଙ୍କା ଧାର୍ଯ୍ୟ ହୋଇଥିଲା। ମାତ୍ର ଏହା ମାଧ୍ୟମରେ ଆସିଥିବା ନିବେଶ ପ୍ରତିଶ୍ରୁତି ଧାର୍ଯ୍ୟ ଲକ୍ଷ୍ୟର ଦୁଇଗୁଣ ହୋଇଥିବାରୁ ଏହାର ବ୍ୟୟବରାଦକୁ ମଧ୍ୟ ବୃଦ୍ଧି କରି ୪୦,୦୦୦ କୋଟି କରାଯାଇଛି। ଏହି ପଦକ୍ଷେପ ଭାରତକୁ ବୈଷୟିକ କ୍ଷେତ୍ରରେ ଆତ୍ମନିର୍ଭର କରିବା ସହ ଲକ୍ଷ ଲକ୍ଷ ଯୁବକଙ୍କୁ ରୋଜଗାର ପ୍ରଦାନ କରିବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ

ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ…

ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ

ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା…

LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ ଡେଲିଭରି ପାଇଁ ଅପେକ୍ଷା କରନ୍ତୁ…’

ନୂଆଦିଲ୍ଲୀ,୨୦।୩: ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ, ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ କହିଛନ୍ତି ଯେ ଦେଶର ସମସ୍ତ ରିଫାଇନାରୀ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ସେ ଉଲ୍ଲେଖ…

ଯୁଦ୍ଧ ଭିତରେ ଭାରତରେ ପ୍ରଥମ ଥର ବଢିଲା ପେଟ୍ରୋଲ ରେଟ୍‌, ଲିଟର ପ୍ରତି ଦେବାକୁ ପଡିବ…

ନୂଆଦିଲ୍ଲୀ,୨୦।୩: ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (HPCL) ଏହାର ପ୍ରିମିୟମ ପେଟ୍ରୋଲର ମୂଲ୍ୟ ପ୍ରତି ଲିଟର 2ଟଙ୍କା ବୃଦ୍ଧି କରିଛି। ନୂତନ ଦର ଶୁକ୍ରବାର ଠାରୁ କାର୍ଯ୍ୟକାରୀ…

ହର୍ମୁଜ ଷ୍ଟ୍ରେଟ ଆକ୍ରମଣକୁ ନେଇ କଡ଼ା ଚେତାବନୀ ଦେଲାଣି ଭାରତ! କହିଲା ବେକାର ଯିବନାହିଁ ନିର୍ଦ୍ଦୋଶ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୩: ଯୁକ୍ତରାଜ୍ୟରେ ଭାରତର ହାଇକମିଶନର ବିକ୍ରମ ଡୋରାଇସ୍ବାମୀ, ହର୍ମୁଜ ଷ୍ଟ୍ରେଟରେ ଜାହାଜ ଉପରେ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି। ବିକ୍ରମ ଡୋରାଇସ୍ବାମୀ ସମସ୍ତ ନାବିକଙ୍କ ସୁରକ୍ଷା, ନୌଚାଳନା…

ଇରାନକୁ ଆଉ ଏକ ବଡ଼ ଝଟକା, ଇସ୍ରାଏଲୀ ଆକ୍ରମଣରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୩: ଇସ୍ରାଏଲ ଏବଂ ଆମେରିକା ସହିତ ଇରାନର ବିବାଦ ଜାରି ରହିଛି । ଏହି ବିବାଦ ମଧ୍ୟରେ ଇରାନକୁ ଆଉ ଏକ ବଡ଼ ଧକ୍କା ଲାଗିଛି ।…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri