ନେପାଳରେ ଭାରତ ନିର୍ମାଣ କରିଛି ୫୦ ହଜାର ଘର

କାଠମାଣ୍ଡୁ, ୧୬ା୧୧: ୨୦୧୫ରେ ନେପାଳକୁ ଦୋହଲାଇ ଦେଇଥିଲା ଭୂକମ୍ପ। ଏହି ଭୟାବହ ଭୂକମ୍ପ ଯୋଗୁ ୨ଟି ଜିଲାରେ ଭାଙ୍ଗିଥିବା ୫୦ ହଜାର ଘର ପୁନଃନିର୍ମାଣ କାର୍ଯ୍ୟ ଭାରତ ଶେଷ କରିଛି। ଏ ନେଇ ଭାରତୀୟ ଦୂତାବାସ ପକ୍ଷରୁ ସୂଚନା ଦିଆଯାଇଛି। ଜାତୀୟ ପୁନଃନିର୍ମାଣ କର୍ତ୍ତୃପକ୍ଷ(ଏନ୍‌ଆର୍‌ଏ), ଜାତିସଂଘ ବିକାଶ ପ୍ରୋଗ୍ରାମ (ୟୁଏନ୍‌ଡିପି) ଏବଂ ପରିଯୋଜନା ସେବା ପାଇଁ ଜାତିସଂଘ କାର୍ଯ୍ୟାଳୟ (ୟୁଏନ୍‌ଓପିଏସ୍‌) ସମେତ ଭାରତୀୟ ଦୂତାବାସ ପକ୍ଷରୁ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ଗୋରଖା ଏବଂ ନୁଓ୍ବାକୋଟ ଜିଲାରେ ଏହି ମିଶନ ସଫଳ ହୋଇଥିବା କୁହାଯାଇଛି। ନେପାଳ ସରକାରଙ୍କ ଦ୍ୱାରା ଗୃହ ପୁନଃନିର୍ମାଣ ପ୍ରକ୍ରିୟା ଅନୁଯାୟୀ ଭାରତ ସରକାରଙ୍କ ପକ୍ଷରୁ ଉକ୍ତ ଘରଗୁଡ଼ିକର ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିବା ଭାରତୀୟ ଦୂତାବାସ ଡେପୁଟି ଚିଫ୍‌ ନାମ୍‌ଗୟା ସି ଖମ୍ପା କହିଛନ୍ତି। ଭୂମିକମ୍ପ କ୍ଷତିଗ୍ରସ୍ତଙ୍କୁ ସାମାଜିକ-ବୈଷୟିକ ସୁବିଧା ଏବଂ ପରାମର୍ଶ ଦେବା ନିମନ୍ତେ ୨୦୧୮ ମାର୍ଚ୍ଚରେ ୟୁଏନ୍‌ଡିପି ଏବଂ ୟୁଏନ୍‌ଓପିଏସ୍‌ ଭାରତ ସରକାରଙ୍କୁ ସହଯୋଗ କରିଥିଲେ। ଭାରତ ସରକାରଙ୍କ ପକ୍ଷରୁ ୧୫୦ ମିଲିୟନ ଡଲାର ଘୋଷଣା କରାଯାଇଥିଲା। ୨୦୧୫ ଏପ୍ରିଲରେ ହୋଇଥିବା ଭୂମିକମ୍ପରେ ୯ ହଜାରରୁ ଊର୍ଦ୍ଧ୍ୱ ଜୀବନ ଯାଇଥିବାବେଳେ ୫ ଲକ୍ଷରୁ ଅଧିକ ଘର ନଷ୍ଟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri