Posted inଜାତୀୟ

ଲଦାଖରେ ଭାରତର ନିର୍ମାଣ କଲା ବିଶ୍ୱର ସବୁଠାରୁ ଉଚ୍ଚ ମୋଟରେବଲ୍ ରାସ୍ତା

ଲଦାଖ,୬।୧୦: ଭାରତ ପୂର୍ବ ଲଦାଖରେ ବିଶ୍ୱର ସବୁଠାରୁ ଉଚ୍ଚ ମୋଟରେବଲ୍ ରାସ୍ତା ନିର୍ମାଣ କରି ନୂଆ ରେକର୍ଡ ସ୍ଥାପନ କରିଛି। ବର୍ଡର ରୋଡ୍ସ ଅର୍ଗାନାଇଜେସନ୍ (BRO) ମିଗ୍ ଲା ପାସ୍‌ରେ ୧୯,୪୦୦ ଫୁଟ (୫,୯୧୩ ମିଟର) ଉଚ୍ଚତାରେ ଏହି ରାସ୍ତା ନିର୍ମାଣ କରିଛି, ଯାହା ପୂର୍ବ ରେକର୍ଡଧାରୀ ଉମଲିଂ ଲା (୧୯,୦୨୪ ଫୁଟ)କୁ ଅତିକ୍ରମ କରିଛି। ଲିକାରୁ-ମିଗ୍ ଲା-ଫୁକ୍‌ଚେ ଆଲାଇନମେଣ୍ଟରେ ନିର୍ମିତ ଏହି ରାସ୍ତା ହାନଲେ ଅଞ୍ଚଳକୁ ଲାଇନ୍ ଅଫ୍ ଆକ୍ଚୁଆଲ୍ କଣ୍ଟ୍ରୋଲ (LAC) ନିକଟସ୍ଥ ଫୁକ୍‌ଚେ ଗାଁ ସହ ସଂଯୋଗ କରୁଛି।

ପ୍ରୋଜେକ୍ଟ ହିମାଙ୍କ ଅଧୀନରେ ବ୍ରିଗେଡିୟର ବିଶାଲ ଶ୍ରୀବାସ୍ତବଙ୍କ ନେତୃତ୍ୱରେ ଏହି କାର୍ଯ୍ୟ ସମ୍ପନ୍ନ ହୋଇଛି। ସମାପ୍ତି ଅବସରରେ ମିଗ୍ ଲା ପାସ୍‌ରେ ଭାରତୀୟ ଜାତୀୟ ପତାକା ଓ BRO ପତାକା ଉତ୍ତୋଳନ କରାଯାଇଛି। ଏହି ରାସ୍ତା ମାଉଣ୍ଟ ଏଭରେଷ୍ଟର ଦକ୍ଷିଣ ବେସ୍ କ୍ୟାମ୍ପ (୧୭,୫୯୮ ଫୁଟ) ଓ ଉତ୍ତର ବେସ୍ କ୍ୟାମ୍ପ (୧୬,୯୦୦ ଫୁଟ) ଅପେକ୍ଷା ଉଚ୍ଚତର।

କମ୍ ଅକ୍ସିଜେନ୍, ବିଯୁକ୍ତ ତାପମାତ୍ରା, ବରଫଝଡ଼ ଓ ଅସ୍ଥିର ପାଗ ମଧ୍ୟରେ ଇଞ୍ଜିନିୟରମାନେ ଏହି ରାସ୍ତା ନିର୍ମାଣ କରିଛନ୍ତି। ଏହା ହାନଲେ ଓ ଫୁକ୍‌ଚେର ବାସିନ୍ଦାଙ୍କ ପାଇଁ ଶୀତଦିନରେ ଯୋଗାଯୋଗ, ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ଓ ବର୍ଷସାରା ସଂଯୋଗକୁ ସହଜ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri