Posted inଜାତୀୟ

ଆମେରିକା ରିପୋର୍ଟକୁ ପକ୍ଷପାତଯୁକ୍ତ-ଅସତ୍ୟ କହିଲା ଭାରତ …

ନୂଆଦିଲ୍ଲୀ, ୨।୭ : ଭାରତରେ ଧାର୍ମିକ ହିଂସା ବୃଦ୍ଧି ପାଉଥିବା ନେଇ ୟୁଏସ୍‌ ଅନ୍ତର୍ଜାତୀୟ ଧାର୍ମିକ ସ୍ବାଧିନତା କମିଶନ(ୟୁଏସ୍‌ସିଆଇଆର୍‌ଏଫ୍‌)ଙ୍କ ପକ୍ଷରୁ ପ୍ରଦାନ କରାଯାଇଥିବା ରିପୋର୍ଟକୁ ଭାରତ ପକ୍ଷପାତଯୁକ୍ତ ଏବଂ ଅସତ୍ୟ ବୋଲି କହିଛି। ଶନିବାର ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ପ୍ରବକ୍ତା ଅରିନ୍ଦମ ବାଗ୍‌ଚି କହିଛନ୍ତି ଯେ, ଏଭଳି ଏକ ସମ୍ବେଦନଶୀଳ ପ୍ରସଙ୍ଗରେ ୟୁଏସ୍‌ସିଆଇଆର୍‌ଏଫ ପକ୍ଷରୁ ଜାରି ହୋଇଥିବା ରିପୋର୍ଟକୁ ଭୁଲ ଭାବେ ଉପସ୍ଥାପନା କରାଯାଇଛି। ରିପୋର୍ଟ ପ୍ରସ୍ତୁତିରେ ଭାରତୀୟ ସମ୍ବିଧାନ, ଗଣତାନ୍ତ୍ରିକ ବ୍ୟବସ୍ଥା ଏବଂ ସ୍ଥିତି ଉପରେ କୌଣସି ଉପଯୁକ୍ତ ଆଧାରକୁ ଗ୍ରହଣ କରାଯାଇ ନାହିଁ ବୋଲି ବାଗ୍‌ଚି କହିଛନ୍ତି। ୟୁଏସ୍‌ସିଆଇଆର୍‌ଏଫ ରିପୋର୍ଟ ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ।

ପୂର୍ବରୁ ୟୁଏସ୍‌ସିଆଇଆର୍‌ଏଫ୍‌ ଟୁଇଟର ହ୍ୟାଣ୍ଡେଲରେ କମିଶନର ଡେଭିଡ୍‌ କ୍ୟୁରେ ଭାରତରେ ଧାର୍ମିକ ସଂଖ୍ୟାଲଘୁଙ୍କ ଉପରେ ସରକାରୀ ଚାପ ବୃଦ୍ଧି ପାଉଥିବା ନେଇ ମନ୍ତବ୍ୟ ପ୍ରଦାନ କରିଥିଲେ।
ସେହିପରି ୟୁଏସ୍‌ସିଆଇଆର୍‌ଏଫ୍‌ କମିଶନର ଷ୍ଟିଫେନ ସାଚନେକ୍‌ ଭାରତରେ ମାନବିକ ଅଧିକାର କର୍ମକର୍ତ୍ତା, ଗଣମାଧ୍ୟମ ପ୍ରତିନିଧି, ସାମାଜିକ କର୍ମୀ ଏବଂ ଧାର୍ମିକ ନେତାଙ୍କୁ ବିଭିନ୍ନ କ୍ଷେତ୍ରରେ ହତାଶ କରାଯାଉଛି। ଏହା ଭାରତୀୟ ଇତିହାସ ଏବଂ ଗଣତନ୍ତ୍ରର ପ୍ରତିଫଳନ ନୁହେଁ ବୋଲି ସେ ଟୁଇଟର ହ୍ୟାଣ୍ଡେଲରେ ଉଲ୍ଲେଖ କରିଥିଲେ।
ଏହାକୁ ନେଇ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କ୍ଷୋଭ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?