ଭାରତ-କାନାଡା ବିବାଦ: ୬୭ହଜାର କୋଟି ଟଙ୍କାର କ୍ଷତି, ହୋଇପାରେ ଦରବୃଦ୍ଧି

ନୂଆଦିଲ୍ଲୀ,୨୧।୯: ଭାରତ ଏବଂ କାନାଡା ମଧ୍ୟରେ ଦିନକୁ ଦିନ ତିକ୍ତତା ବଢିବାରେ ଲାଗିଛି। ଉଭୟ ଦେଶ ପରସ୍ପରର କୂଟନୀତିଜ୍ଞଙ୍କୁ ମଧ୍ୟ ବହିଷ୍କାର କରିଛନ୍ତି। କେବଳ ଏତିକି ନୁହେଁ, କିଛି ବାଣିଜ୍ୟ କାରବାରକୁ ସ୍ଥଗିତ ରଖାଯାଇଛି। ଦୁଇ ଦେଶ ମଧ୍ୟରେ ସମ୍ପର୍କ ବିଗିଡିବାରେ ଲାଗିଛି। ୨୦୨୩ରେ ଦୁଇଦେଶ ମଧ୍ୟରେ ୮ ବିଲିୟନ ଡଲାର ଅର୍ଥାତ ୬୭ହଜାର କୋଟି ଟଙ୍କା ବାଣିଜ୍ୟ କାରବାର ହୋଇଥିଲା। ତେବେ ଏଭଳି ପରିସ୍ଥିତି ଲାଗି ରହିଲେ ଅର୍ଥନୀତିରେ ପ୍ରାୟ ୬୭ହଜାର କୋଟି ଟଙ୍କା କ୍ଷତି ହେବାର ସମ୍ଭାବନା ରହିଛି। ଦୁଇ ଦେଶର ଏହି ଅର୍ଥନୈତିକ ଯୁଦ୍ଧରେ ସାଧାରଣ ଲୋକ ବଳି ପଡିବେ। ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ନଷ୍ଟ ହେବାର ସମ୍ଭାବନା ରହିଛି। ଏଥି ସହିତ ଦେଶରେ ମୁଦ୍ରାସ୍ଫୀତି ହ୍ରାସ ପରିବର୍ତ୍ତେ ବୃଦ୍ଧି ପାଇପାରେ।

ଭାରତୀୟଙ୍କ ଥାଳିରେ ଗୁରୁତ୍ୱପୂର୍ଣ୍ଣ ଖାଦ୍ୟ ହେଉଛି ଡାଲି। ଏଭଳି ପରିସ୍ଥିତିରେ ଭାରତ ଏବଂ କାନାଡା ମଧ୍ୟରେ ଥିବା ତିକ୍ତତା ଡାଲି ଉପରେ ପ୍ରଭାବ ପକାଇପାରେ। ଭାରତ କାନାଡାରୁ ବହୁ ପରିମାଣର ମସୁର ଡାଲି ଆମଦାନୀ କରିଥାଏ। ତେବେ ଏହି ପ୍ରକାର ବିବାଦ ହେତୁ ସେଠାରୁ ଡାଲି ଆମଦାନୀ ପ୍ରଭାବିତ ହେବାର ସମ୍ଭାବନା ଅଛି। ବିଶେଷକରି ମସୁର ଆମଦାନୀ ପ୍ରଭାବିତ ହେବାର ସମ୍ଭାବନା ରହିଛି।

ଭାରତ କାନାଡାରୁ ବହୁ ପରିମାଣରେ ମସୁର ଆମଦାନୀ କରିଥାଏ। ୨୦୨୨-୨୩ବର୍ଷରେ ଭାରତ ୮.୫୮ ଲକ୍ଷ ଟନ ମସୁର ଡାଲି ଆମଦାନୀ କରିଥିଲା। ସେଥିମଧ୍ୟରୁ କେବଳ କାନାଡାରୁ ୪.୮୫ଲକ୍ଷ ଟନ ଆମଦାନୀ ହୋଇଥିଲା। ଚଳିତ ବର୍ଷ ଜୁନରେ କାନାଡାରୁ ୨କ୍ଷ ଟନ ଡାଲି ଆମଦାନୀ ହୋଇଥିଲା। ଦୀର୍ଘ ସମୟ ଧରି ଏଭଳି ପରିସ୍ଥିତି ଜାରି ରହିଲେ ଭାରତରେ ଡାଲିର ମୂଲ୍ୟ ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri