Posted inଜାତୀୟ

ଭାରତ-କାନାଡା ମଧ୍ୟରେ ବଢୁଥିବା ତିକ୍ତତାକୁ ନେଇ ଚିନ୍ତିତ ଅକାଳୀ ଦଳ, କେନ୍ଦ୍ର ସରକାରଙ୍କୁ କଲା ଏହି ଦାବି

ନୂଆଦିଲ୍ଲୀ,୨୨।୯: ଶିରୋମଣି ଅକାଳୀ ଦଳର ବରିଷ୍ଠ ନେତା ବିକ୍ରମ ସିଂ ମଜିଠିଆ ଗୁରୁବାର କେନ୍ଦ୍ର ସରକାରଙ୍କୁ କାନାଡା ଲୋକଙ୍କ ପାଇଁ ଭିସା ସେବା ସ୍ଥଗିତ ରଖିବା ନିଷ୍ପତ୍ତି ଉପରେ ସମୀକ୍ଷା କରିବାକୁ କହିଛନ୍ତି। ସେ କହିଛନ୍ତି , ଏହି ନିଷ୍ପତ୍ତି କାନାଡାରେ ରହୁଥିବା ପଞ୍ଜାବୀଙ୍କ ପରିବାର ପାଇଁ ଏକ ବଡ ଝଟକା ହେବ। ଭାରତ ଗୁରୁବାର କାନାଡା ଲୋକଙ୍କ ପାଇଁ ନିଜ ଭିଜା ସେବାକୁ ଆଗାମୀ ନୋଟିସ ପର୍ଯ୍ୟନ୍ତ ସ୍ଥଗିତ ରଖିଛି।

ଜୁନ୍‌ରେ ଖାଲିସ୍ତାନୀ ନେତା ହରଦୀପ ସିଂ ନିଜାରଙ୍କ ହତ୍ୟାରେ ଭାରତୀୟ ଏଜେଣ୍ଟମାନଙ୍କର ହାତ ଥିବା ନେଇ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଅଭିଯୋଗ ଆଣିବା ପରେ ଦୁଇ ଦେଶ ମଧ୍ୟରେ କୂଟନୈତିକ ସଂପର୍କରେ ତିକ୍ତତା ମଧ୍ୟରେ ଏହି ପଦକ୍ଷେପ ନିଆଯାଇଛି।

ବିକ୍ରମ ସିଂ ମଜିଠିଆ କହିଛନ୍ତି , କାନାଡାର ନାଗରିକଙ୍କ ପାଇଁ ଭିଜା ସ୍ଥଗିତ ରଖିବାକୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି କାନାଡାରେ ଅବସ୍ଥାପିତ ଲକ୍ଷ ଲକ୍ଷ ପଞ୍ଜାବୀଙ୍କ ପାଇଁ ଏକ ବଡ଼ ଝଟକା। ନିଜ ପରିବାରକୁ ଭେଟିବା ପାଇଁ ସେମାନେ ବେଳେବେଳେ ଭାରତ, ବିଶେଷକରି ପଞ୍ଜାବକୁ ଆସନ୍ତି । ଏହା ବ୍ୟତୀତ ଏହି ନିଷ୍ପତ୍ତି ସେମାନଙ୍କ ପାଇଁ ଆର୍ଥିକ, ଭାବନାତ୍ମକ ଏବଂ ସାମାଜିକ କ୍ଷତି ମଧ୍ୟ କରିପାରେ। ମଜିଠିଆ କହିଛନ୍ତି, ମୁଁ ଭାରତ ସରକାରଙ୍କୁ ତାଙ୍କ ନିଷ୍ପତ୍ତି ସମୀକ୍ଷା କରିବାକୁ ଅନୁରୋଧ କରୁଛି କାରଣ କିଛି ବ୍ୟକ୍ତିଙ୍କ କାରଣରୁ ଲୋକ-ସମ୍ପର୍କ ପ୍ରଭାବିତ ହେବା ଉଚିତ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri