Posted inଖେଳ

ମେସିଙ୍କୁ ପଛରେ ପକାଇଲେ ଛେତ୍ରୀ

ଦୋହା,୮।୬: ଭାରତୀୟ ଫୁଟ୍‌ବଲ ଷ୍ଟାର ସୁନୀଲ ଛେତ୍ରୀ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତଥା ଆର୍ଜେଣ୍ଟିନାର ସୁପରଷ୍ଟାର ଲିଓନେଲ ମେସିଙ୍କୁ ପଛରେ ପକାଇଛନ୍ତି। ଅନ୍ତର୍ଜାତୀୟ ଫୁଟବଲରେ ସକ୍ରିୟ ଥିବା ଖେଳାଳିଙ୍କ ମଧ୍ୟରେ ସର୍ବାଧିକ ଗୋଲ ସ୍କୋରରଙ୍କ ତାଲିକାରେ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି ୩୬ ବର୍ଷୀୟ ଛେତ୍ରୀ।

ସୋମବାର ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ୨୦୨୨ ଫିଫା ବିଶ୍ୱକପ୍‌ ଓ ୨୦୨୩ ଏଏଫ୍‌ସି ଏସିଆନ କପ୍‌ର ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ରେ ଭାରତ ପାଇଁ ଦୁଇଟି ଗୋଲ କରିଥିଲେ ଛେତ୍ରୀ। ଏହା ସହିତ ୭୪ରେ ପହଞ୍ଚିଛି ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଗୋଲ ସଂଖ୍ୟା। ତାଙ୍କ ଯୋଗୁ ଗତ ୬ ବର୍ଷ ମଧ୍ୟରେ ଭାରତ ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟରେ ହାସଲ କରିଛି ପ୍ରଥମ ବିଜୟ।

ବର୍ତ୍ତମାନ ଅନ୍ତର୍ଜାତୀୟ ଫୁଟବଲରେ ସକ୍ରିୟ ଥିବା ଖେଳାଳିଙ୍କ ମଧ୍ୟରେ ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ (୧୦୩ ଗୋଲ) ଶୀର୍ଷରେ ରହିଛନ୍ତି। କେବଳ ତାଙ୍କ ପଛକୁ ରହିଛନ୍ତି ଛେତ୍ରୀ। ଏହି ତାଲିକାର ୪ର୍ଥ ସ୍ଥାନରେ ଥିବା ମେସିଙ୍କ ନାମରେ ରହିଛି ୭୨ ଗୋଲ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri