Posted inଜାତୀୟ

କେନ୍ଦ୍ର ସରକାରଙ୍କୁ ବଡ଼ ଝଟ୍‌କା, PIB ଫ୍ୟାକ୍ଟ ଚେକ୍‌ ୟୁନିଟ୍‌ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୩: ପିଆଇବିର ଫ୍ୟାକ୍ଟ ଚେକ୍‌ ୟୁନିଟ୍‌ ଉପରେ ରୋକୋ ଲଗାଇଛନ୍ତି ସୁପ୍ରିମକୋର୍ଟ। କେନ୍ଦ୍ର ସରକାରଙ୍କ ପକ୍ଷରୁ ବୁଧବାର ଏନେଇ ବିଜ୍ଞପ୍ତି ଜାରି କରାଯାଇଥିଲା। ଏହାପରେ ଏହି ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ଗୁରୁବାର ଫ୍ୟାକ୍ଟ ଚେକ୍‌ ୟୁନିଟ୍‌(ଏଫ୍‌ସିୟୁ) ଉପରେ ରୋକ ଲଗାଯାଇଛି। ଭାରତର ମୁଖ୍ୟ ବିଚାରପତି ଡି. ଓ୍ବାଇ. ଚନ୍ଦ୍ରଚୂଡ, ବିଚାରପତି ଜେ ବି ପାରଦୀଓ୍ବାଲା, ମନୋଜ ମିଶ୍ରଙ୍କ ପୀଠ ମାମଲାର ଶୁଣାଣି କରି ଏହାକୁ ଅଭିବ୍ୟକ୍ତି ସ୍ବତନ୍ତ୍ରତା ସମ୍ବନ୍ଧୀୟ ବୋଲି କହିବା ସହ ରୋକୋ ଲଗାଇଛନ୍ତି।

ପ୍ରକାଶ ଯେ,ଆଇଟି ନିୟମ ୨୦୨୧ ଅଧୀନରେ ପିଆଇବି ଫ୍ୟାକ୍ଟ ଚେକ୍ ୟୁନିଟକୁ ନେଇ ସରକାର ବଡ଼ ଘୋଷଣା କରିଥିଲେ। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ (ଏମଆଇବି) ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି)ର ଫ୍ୟାକ୍ଟ ଚେକ୍ ୟୁନିଟ୍ (ଏଫସିୟୁ) କେନ୍ଦ୍ର ସରକାରଙ୍କ ଫ୍ୟାକ୍ଟ ଚେକ୍ ୟୁନିଟ୍ ବା ତଥ୍ୟ ଯାଞ୍ଚ ସଂସ୍ଥା ଭାବେ କାର୍ଯ୍ୟ କରିବ ବୋଲି ବୁଧବାର ଭାରତ ସରକାର ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦେଇଥିଲେ ।

ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟ ବୁଧବାର ଜାରି କରିଥିବା ଗେଜେଟ୍ ବିଜ୍ଞପ୍ତିରେ ସୂଚନା ପ୍ରଯୁକ୍ତି ବିଦ୍ୟା (ମଧ୍ୟସ୍ଥି ନିର୍ଦ୍ଦେଶାବଳୀ ଏବଂ ଡିଜିଟାଲ୍ ମିଡିଆ ନୈତିକତା କୋଡ୍) ନିୟମ, ୨୦୨୧ର ନିୟମ ୩ର ଉପ-ଧାରା (ଭି)ର ଉପଧାରା (୧)ର ବ୍ୟବସ୍ଥା ଅଧୀନରେ ପିଆଇବି ଏଫସିୟୁକୁ ନେଇ ସୂଚନା ଦିଆଯାଇଥିଲା ।

ପିଆଇବି ଅଧୀନରେ ଫ୍ୟାକ୍ଟ ଚେକ୍ ୟୁନିଟ୍ ନଭେମ୍ବର ୨୦୧୯ରେ ପ୍ରତିଷ୍ଠା କରାଯାଇଥିଲା ଯାହାର ଉଦ୍ଦେଶ୍ୟ ଥିଲା ମିଥ୍ୟା ଖବର ଏବଂ ଭୁଲ ସୂଚନା ସୃଷ୍ଟିକାରୀ ଏବଂ ପ୍ରସାରକଙ୍କ ବିରୋଧରେ ଏକ ପ୍ରତିରୋଧକ ବ୍ୟବସ୍ଥା ଭାବରେ କାର୍ଯ୍ୟ କରିବା। ଏହା ଲୋକମାନଙ୍କୁ ଭାରତ ସରକାରଙ୍କ ସମ୍ବନ୍ଧରେ ସନ୍ଦେହଜନକ ଏବଂ ଆପତ୍ତିଜନକ ସୂଚନା ରିପୋର୍ଟ କରିବାପାଇଁ ଏକ ସହଜ ବ୍ୟବସ୍ଥା ମଧ୍ୟ ପ୍ରଦାନ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri