Posted inଜାତୀୟ

ଭାରତ-ଚାଇନା ୧୯ତମ ରାଉଣ୍ଡ କମାଣ୍ଡର ସ୍ତରୀୟ ଆଲୋଚନା: ଡେପସଙ୍ଗ-ଡେମୋଚୋକରୁ ସୈନ୍ୟ ପ୍ରତ୍ୟାହାର ମୁଖ୍ୟ ପ୍ରସଙ୍ଗ…

ଲେହ,୧୪।୮ : ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ଅବରୋଧକୁ ନେଇ ସୋମବାର ୧୯ ତମ ରାଉଣ୍ଡ କମାଣ୍ଡର ସ୍ତରୀୟ ଆଲୋଚନା ଅନୁଷ୍ଠିତ ହେବାକୁ ଯାଉଛି। ଲଦାଖ ସହିତ ପୂର୍ବ ସୀମାରେ ଚାଲିଥିବା ଉତ୍ତେଜନାକୁ ହ୍ରାସ କରିବା ଦିଗରେ ଉଭୟ ଦେଶର ସାମରିକ ଅଧିକାରୀ ଆଲୋଚନା କରିବେ। ପୂର୍ବରୁ ୧୮ ଥର ଆଲୋଚନା ହୋଇ ସାରିଛି। ଏଥର ସାମରିକ ଅଧିକାରୀମାନେ ଚୁସୁଲ ମୋଲଡୋ ଅଞ୍ଚଳରେ ଭେଟିବେ। କୁହାଯାଉଛି ପୂର୍ବ ଲଦାଖ ଫ୍ରଣ୍ଟରୁ ସୈନ୍ୟ ପ୍ରତ୍ୟାହାର ପାଇଁ ଭାରତ ଚାଇନା ଉପରେ ଚାପ ପକାଇପାରେ। ଚାରିମାସ ପରେ ଦୁଇ ଦେଶର ସାମରିକ ଅଧିକାରୀଙ୍କ ମଧ୍ୟରେ ଆଲୋଚନା ହେବାକୁ ଯାଉଛି।

ଖବର ଅନୁଯାୟୀ, ଏହି ବୈଠକରେ ସାମରିକ ଅଧିକାରୀମାନେ ଡେପସଙ୍ଗ ଏବଂ ଡେମୋଚୋକରୁ ସୈନ୍ୟ ପ୍ରତ୍ୟାହାର କରିବା ମୁଖ୍ୟ ପ୍ରସଙ୍ଗ କରିପାରନ୍ତି। ଡିପସଙ୍ଗ ସମତଳ ଅଞ୍ଚଳରେ ଚାଇନା କିଛି ମାସ ଧରି ଭାରତର ପାଟ୍ରୋଲିଂରେ ବାଧା ସୃଷ୍ଟି କରିଛି। ଏଥିସହିତ ଡେପସଙ୍ଗ ଅଞ୍ଚଳ ଏବଂ ଚାର୍ଡିଙ୍ଗ ନିଙ୍ଗଲୁଙ୍ଗ ନାଲାରୁ ସେନା ହଟାଇବା ଦାବି କରାଯାଉଛି। ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ସ୍ପଷ୍ଟ ଭାବରେ କହିଛନ୍ତି ତିନି ବର୍ଷ ଧରି ଚାଲିଆସୁଥିବା ଉତ୍ତେଜନା ଏକ କୂଟନୈତିକ ଚ୍ୟାଲେଞ୍ଜ ହୋଇ ରହିଛି। ସେ କହିଛନ୍ତି ଉତ୍ତେଜନାକୁ ହ୍ରାସ କରିବା ପାଇଁ ଦୁଇ ଦେଶ ମଧ୍ୟରେ ଆଲୋଚନା ବନ୍ଦ ହୋଇନାହିଁ, ଏହା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

ଏଗ୍ରିଷ୍ଟାକ୍‌ ଉଚ୍ଛେଦ ନେଇ ଲିଖିତ ନିର୍ଦ୍ଦେଶ ଦିଅ: ସରକାରଙ୍କଠାରେ ସଂଯୁକ୍ତ କୃଷକ ସଙ୍ଗଠନର ଦାବି

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ପ୍ରତିବର୍ଷ ଗୋଟିଏ ପରେ ଗୋଟିଏ ନୂଆଁ କଟକଣା ଆଣୁଛନ୍ତି। ଧାନ କିଣାବିକାରେ ସ୍ବଚ୍ଛତା ଆଣିବା ଲକ୍ଷ୍ୟ ନେଇ ସେଭଳି…

ଘାତକ ସାଜୁଛି ଚାନ୍ଦିପୁରା ଭାଇରସ୍! ୪୧ ଆକ୍ରାନ୍ତ, ୨୭ ମୃତ

ଅହମ୍ମଦାବାଦ,୧୪।୮: ସ୍ବାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଜୁନ ୩୦ରୁ ଅଗଷ୍ଟ ୧୨ ମଧ୍ୟରେ ଗୁଜରାଟରେ ୨୩୮ଟି ସନ୍ଦିଗ୍ଧ ଚାନ୍ଦିପୁରା ଭୂତାଣୁ ମାମଲା ଏବଂ ୪୧ଟି ଲାବୋରେଟୋରି-ନିଶ୍ଚିତ…

ମନନ ମିଶ୍ରାଙ୍କ ଇସ୍ତଫା ଦାବି କରି ଆନ୍ଦୋଳନ କରିବ CJP! ଜାଣନ୍ତୁ ସେ କିଏ, ଆଉ କାହିଁକି ତାଙ୍କୁ ଘେରିବେ ଅଭିଜିତ

ନୂଆଦିଲ୍ଲୀ,୧୪।୮: ଭାରତର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କୁ NALSAR ୟୁନିଭର୍ସିଟି ଅଫ ଲ’ର ଦୀକ୍ଷାନ୍ତ ସମାରୋହକୁ ଆମନ୍ତ୍ରଣ କରିବାକୁ ବିରୋଧ କରିବା ଘଟଣା ନୂଆ ମୋଡ଼ ନେଇଛି।…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri