Posted inଜାତୀୟ

ଭାରତ-ଚାଇନା ସୀମା ବିବାଦ ଦୁଇ ଦେଶର ସମ୍ପର୍କର ଆଧାର ନୁହେଁ: ଗ୍ଲୋବାଲ ଟାଇମ୍ସ…

ଲେହ,୧୭।୮ : ଗତ ତିନି ବର୍ଷ ଧରି ଭାରତ ଏବଂ ଚୀନ ମଧ୍ୟରେ ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ (ଏଲଏସି)ରେ ତିକ୍ତତା ଜାରି ରହିଛି। ଏହି ଉତ୍ତେଜନାକୁ ସମାଧାନ କରିବା ପାଇଁ, ଅଗଷ୍ଟ ୧୩ ଏବଂ ୧୪ ରେ, ୧୯ତମ ଥର ପାଇଁ, ଦୁଇ ଦେଶର ସେନା କମାଣ୍ଡରମାନେ ପୂର୍ବ ଲଦାଖର ଚୁସୁଲରେ ଭେଟିଥିଲେ। ଏଥର ଆଲୋଚନା ସମ୍ପର୍କରେ ଚାଇନା ପକ୍ଷରୁ ଏକ ସକରାତ୍ମକ ପ୍ରତିକ୍ରିୟା ଦିଆଯାଇଛି। ଯେତେବେଳେ କି ଦେଶର ମିଡିଆ ଅନ୍ୟ କିଛି କହୁଛି।

ଚାଇନାର ଅଫିସିଆଲ ଖବରକାଗଜ ଗ୍ଲୋବାଲ ଟାଇମ୍ସରେ ପ୍ରକାଶ ପାଇଥିବା ଆର୍ଟିକିଲ ଅନୁଯାୟୀ ଭାରତ ଏବଂ ଚାଇନା ସୀମା ସହ ଜଡିତ ପ୍ରସଙ୍ଗ ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ବର୍ଣ୍ଣନା କରୁନାହିଁ। ଗ୍ଲୋବାଲ ଟାଇମ୍ସର ଏହି ଆର୍ଟିକିଲରେ ଭାରତର ପ୍ରତିରକ୍ଷା ଏବଂ ନୀତିର ବିଶେଷଜ୍ଞମାନଙ୍କ ଅନୁଯାୟୀ ଚାଇନାର ମନୋଭାବରେ କିଛି ନୂଆ କଥା ନାହିଁ।

ଗ୍ଲୋବାଲ ଟାଇମ୍ସ ଅନୁଯାୟୀ, ଜୁନ ୨୦୨୦ଠାରୁ ଭାରତ ଏବଂ ଚାଇନା ମଧ୍ୟରେ ଅନେକ ରାଉଣ୍ଡ ଆଲୋଚନା ଚାଲିଛି, କିନ୍ତୁ ଏପର୍ଯ୍ୟନ୍ତ କୌଣସି ସିଦ୍ଧାନ୍ତ ନିଆଯାଇ ନାହିଁ। କିନ୍ତୁ ୧୩-୧୪ ଅଗଷ୍ଟରେ ହୋଇଥିବା ଆଲୋଚନା ପରେ ଜାରି ହୋଇଥିବା ମିଳିତ ବିବୃତ୍ତିକୁ ଦେଖିଲେ ଏହା ଜଣାପଡୁଛି ଏହି ଦିଗରେ ସକରାତ୍ମକ ଅଗ୍ରଗତି ହୋଇଛି।

ଖବରକାଗଜରେ କୁହାଯାଇଛି ସୀମାନ୍ତ ଅଞ୍ଚଳରେ ଶାନ୍ତି ବଜାୟ ରଖିବାକୁ ଉଭୟ ପକ୍ଷ ସହମତ ହୋଇଥିଲେ। ଉଭୟ ପକ୍ଷ ଅନ୍ୟ ସମସ୍ୟାର ଯଥାଶୀଘ୍ର ସମାଧାନ କରିବାକୁ ଚାହୁଁଛନ୍ତି। ଉଭୟେ ମଧ୍ୟ ସହମତ ହୋଇଛନ୍ତି ସାମରିକ ଏବଂ କୂଟନୈତିକ ଚ୍ୟାନେଲ ମାଧ୍ୟମରେ ଆଳୋଚନା ଏବଂ ଏହାର ଗତି ବଜାୟ ରଖିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

ରୋଜଗାର ଦେଇଛି ମୂର୍ତ୍ତି କାରିଗରୀ: ୯ ଜଣଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ତିରନ

କର୍ଲାମୁଣ୍ଡା,୧୪।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୧ କିଲୋମିଟର ଦୂରରେ ରହିଛି କର୍ଲାମୁଣ୍ଡା (ବସ୍ତି)। ଏହି ଗାଁରେ ରୁହନ୍ତି ଶିଳ୍ପୀ ଟିରନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri