Posted inଜାତୀୟ

ତଓ୍ବାଙ୍ଗ ସଂଘର୍ଷକୁ ନେଇ ସଂସଦରେ ଉତ୍ତର ରଖିଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୨: ଅରୁଣାଚଳ ପ୍ରଦେଶରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷକୁ ନେଇ ମଙ୍ଗଳବାର ସଂସଦର ଉଭୟ ଗୃହରେ ହଟ୍ଟଗୋଳ ଜାରି ରହିଛି। ଇତିମଧ୍ୟରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଲୋକ ସଭାରେ ଏହି ପ୍ରସଙ୍ଗ ଉପରେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ତଓ୍ବାଙ୍ଗରେ ଭାରତ ଓ ଚାଇନା ମଧ୍ୟରେ ଘଟିଥିବା ସୈନ୍ୟଙ୍କ ସଂଘର୍ଷରେ ଭାରତର କୌଣସ ସୈନ୍ୟଙ୍କ ମୃତ୍ୟୁ ହୋଇନାହିଁ ଏବଂ କେହି ଗୁରୁତର ଆହତ ହୋଇନାହାନ୍ତି। ଗତ ଡିସେମ୍ବର ୯ତାରିଖ ରାତିରେ ତଓ୍ବାଙ୍ଗର ଏଲ୍‌ଏସିରେ ଚାଇନାର ପିଏଲ୍‌ଏ(ପିପୁଲ୍ସ ଲିବରେଶନ୍‌ ଆର୍ମି) ସୈନ୍ୟ ଅନୁପ୍ରେବଶ କରିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ଭାରତୀୟ ଯବାନ ତାଙ୍କୁ ଦୃଢ଼ତାର ବିରୋଧ କରିବା ସହ ସାହସିକ ଜବାବ ଦେଇଥିଲେ। ଭାରତୀୟ ସୈନ୍ୟ ଚାଇନା ସୈନ୍ୟଙ୍କୁ ତାଙ୍କ ପୋଷ୍ଟରୁ ପଛକୁ ଫେରିବାକୁ ବାଧ୍ୟ କରିଦେଇଥିଲେ। ଏହି ସମୟରେ ଆମର କୌଣସି ଯବାନଙ୍କ ମୃତ୍ୟୁ ହୋଇନାହିଁ କି କେହି ଗୁରୁତର ଆହତ ହୋଇନାହାନ୍ତି ବୋଲି ରାଜନାଥ ଗୃହରେ ଉତ୍ତର ରଖିଛନ୍ତି। ଏହି ଘଟଣା ପରେ ସ୍ଥାନୀୟ କମାଣ୍ଡର ଡିସେମ୍ବର ୧୧ରେ ସ୍ଥାପିତ ବ୍ୟବସ୍ଥା ଅନୁଯାୟୀ ନିଜ ଚାଇନା ପ୍ରତିପକ୍ଷଙ୍କ ସହ ଫ୍ଲାଗ୍‌ ମିଟିଂ କରି ଏସମ୍ପର୍କରେ ଆଲୋଚନା କରିଥିଲେ। ସୀମାରେ ଶାନ୍ତି ବଜାୟ ରଖିବା ପାଇଁ ଚାଇନା ପକ୍ଷଙ୍କୁ କୁହାଯାଇଥିଲା। କୁଟନୈତିକ ସ୍ତରରେ ମଧ୍ୟ ଚାଇନା ପକ୍ଷ ସହିତ ଏହି ପ୍ରସଙ୍ଗକୁ ଉଠାଯାଇଛି। ଆମର ସାର୍ବଭୌମିକ ଅଖଣ୍ଡତାକୁ ରକ୍ଷା କରିବାକୁ ଆମର ଯବାନ ସବୁବେଳେ ପ୍ରତିବଦ୍ଧ ଏବଂ ଏହା ବିରୋଧରେ କୌଣସି ଉଦ୍ୟମକୁ ରୋକିବାକୁ ସେମାନେ ସର୍ବଦା ତତ୍ପର ବୋଲି ରାଜନାଥ ଗୃହରେ ସମସ୍ତଙ୍କୁ ଆଶ୍ୱସ୍ତ କରିଛନ୍ତି। ଏଥିସହ ସେ ଗୃହରେ ସମସ୍ତଙ୍କଠାରୁ ଆଶା ରଖିଛନ୍ତି ଯେ, ଭାରତୀୟ ସୈନ୍ୟଙ୍କ ବୀରତ୍ୱ ଏବଂ ସାହସକୁ ସମସ୍ତେ ଏକ ସ୍ବରରେ ସମର୍ଥନ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?