Posted inଜାତୀୟ

ଭାରତ-ଚାଇନା ସଂଘର୍ଷର ସାଟେଲାଇଟ ଫଟୋ ଭାଇରାଲ୍‌

ନୂଆଦିଲ୍ଲୀ,୧୩।୧୨: ପୂର୍ବ ଲଦାଖକୁ ଲାଗିଥିବା ଏଲଏସି ଉପରେ ଥିବା ଟେନସନ ଏପର୍ଯ୍ୟନ୍ତ ଶେଷ ହୋଇ ନ ଥିବାବେଳେ ଚାଇନା ଏବେ ଅରୁଣାଚଳ ପ୍ରଦେଶରେ ମଧ୍ୟ ଅନୁପ୍ରବେଶ ଆରମ୍ଭ କରିଛି। ଭାରତୀୟ ସେନାର ଦୃଢତା କାରଣରୁ ୯ ଡିସେମ୍ବରରେ ଅରୁଣାଚଳ ପ୍ରଦେଶର ତୱାଙ୍ଗ ସେକ୍ଟରରେ ହୋଇଥିବା ସଂଘର୍ଷରେ ୨୦ରୁ ଅଧିକ ଚାଇନା ସୈନିକ ଆହତ ହୋଇଥିବା କୁହାଯାଉଛି। ଭାରତୀୟ ସେନାର ୬ରୁ ଅଧିକ ସୈନ୍ୟ ମଧ୍ୟ ଆହତ ହୋଇଛନ୍ତି। ଏହି ସଂଘର୍ଷର ସାଟେଲାଇଟ ଫଟୋ ଏବେ ସାମ୍ନାକୁ ଆସିଛି। ତୱାଙ୍ଗ ସେକ୍ଟରରେ ଚାଇନା ବସାଇଥିବା ଗାଁର ଫଟୋ ଏଥିରେ ଦେଖିବାକୁ ମିଳିଛି। ଚାଇନା ସେନା ମଧ୍ୟ ଏଠାରେ ଏକ ସଡକ ମଧ୍ୟ ତିଆରି କରିଥିବା ଫଟୋରେ ନଜର ଆସିଛି। ଏହି ଘଟଣା ପରେ ଭାରତୀୟ ସେନା ଏକ ସରକାରୀ ବିବୃତ୍ତି ଜାରି କରି କହିଛି ଯେ ସୀମାରେ ଶାନ୍ତି ଫେରାଇ ଆଣିବା ପାଇଁ ଦୁଇ ଦେଶର କମାଣ୍ଡରଙ୍କ ମଧ୍ୟରେ ଫ୍ଲାଗ୍‌-ମିଟିଂ ହୋଇଛି।
ସୂଚନାଯୋଗ୍ୟ, ଡିସେମ୍ବର ୯ ତାରିଖରେ ଉଭୟ ଦେଶର ସୈନ୍ୟ ମୁହାଁମୁହିଁ ହୋଇଥିଲେ। ଚାଇନାର ୩୦୦-୪୦୦ ସୈନ୍ୟ ଭାରତୀୟ ଯବାନଙ୍କ ଉପରେ ପଥର ମାଡ ମଧ୍ୟ କରିଥିଲେ। ଏଥିରେ ୬ ଜଣ ଭାରତୀୟ ଯବାନ ଆହତ ହୋଇଛନ୍ତି। ଭାରତୀୟ ସେନା ଏହାର ମୁହଁତୋଡ ଜବାବ ଦେଇଛି। ସେମାନଙ୍କୁ ଚିକିତ୍ସା ପାଇଁ ଗୁଆହାଟୀ ସ୍ଥାନାନ୍ତର କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri