Posted inଜାତୀୟ

ଭାରତ-ଚାଇନା ସଂଘର୍ଷର ସାଟେଲାଇଟ ଫଟୋ ଭାଇରାଲ୍‌

ନୂଆଦିଲ୍ଲୀ,୧୩।୧୨: ପୂର୍ବ ଲଦାଖକୁ ଲାଗିଥିବା ଏଲଏସି ଉପରେ ଥିବା ଟେନସନ ଏପର୍ଯ୍ୟନ୍ତ ଶେଷ ହୋଇ ନ ଥିବାବେଳେ ଚାଇନା ଏବେ ଅରୁଣାଚଳ ପ୍ରଦେଶରେ ମଧ୍ୟ ଅନୁପ୍ରବେଶ ଆରମ୍ଭ କରିଛି। ଭାରତୀୟ ସେନାର ଦୃଢତା କାରଣରୁ ୯ ଡିସେମ୍ବରରେ ଅରୁଣାଚଳ ପ୍ରଦେଶର ତୱାଙ୍ଗ ସେକ୍ଟରରେ ହୋଇଥିବା ସଂଘର୍ଷରେ ୨୦ରୁ ଅଧିକ ଚାଇନା ସୈନିକ ଆହତ ହୋଇଥିବା କୁହାଯାଉଛି। ଭାରତୀୟ ସେନାର ୬ରୁ ଅଧିକ ସୈନ୍ୟ ମଧ୍ୟ ଆହତ ହୋଇଛନ୍ତି। ଏହି ସଂଘର୍ଷର ସାଟେଲାଇଟ ଫଟୋ ଏବେ ସାମ୍ନାକୁ ଆସିଛି। ତୱାଙ୍ଗ ସେକ୍ଟରରେ ଚାଇନା ବସାଇଥିବା ଗାଁର ଫଟୋ ଏଥିରେ ଦେଖିବାକୁ ମିଳିଛି। ଚାଇନା ସେନା ମଧ୍ୟ ଏଠାରେ ଏକ ସଡକ ମଧ୍ୟ ତିଆରି କରିଥିବା ଫଟୋରେ ନଜର ଆସିଛି। ଏହି ଘଟଣା ପରେ ଭାରତୀୟ ସେନା ଏକ ସରକାରୀ ବିବୃତ୍ତି ଜାରି କରି କହିଛି ଯେ ସୀମାରେ ଶାନ୍ତି ଫେରାଇ ଆଣିବା ପାଇଁ ଦୁଇ ଦେଶର କମାଣ୍ଡରଙ୍କ ମଧ୍ୟରେ ଫ୍ଲାଗ୍‌-ମିଟିଂ ହୋଇଛି।
ସୂଚନାଯୋଗ୍ୟ, ଡିସେମ୍ବର ୯ ତାରିଖରେ ଉଭୟ ଦେଶର ସୈନ୍ୟ ମୁହାଁମୁହିଁ ହୋଇଥିଲେ। ଚାଇନାର ୩୦୦-୪୦୦ ସୈନ୍ୟ ଭାରତୀୟ ଯବାନଙ୍କ ଉପରେ ପଥର ମାଡ ମଧ୍ୟ କରିଥିଲେ। ଏଥିରେ ୬ ଜଣ ଭାରତୀୟ ଯବାନ ଆହତ ହୋଇଛନ୍ତି। ଭାରତୀୟ ସେନା ଏହାର ମୁହଁତୋଡ ଜବାବ ଦେଇଛି। ସେମାନଙ୍କୁ ଚିକିତ୍ସା ପାଇଁ ଗୁଆହାଟୀ ସ୍ଥାନାନ୍ତର କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍‌ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri