Posted inଜାତୀୟ

ଭାରତ-ଚାଇନା ମଧ୍ୟରେ ମୁହାଁମୁହିଁ ପରିସ୍ଥିତି: ପ୍ରତିରକ୍ଷା ମନ୍ତ୍ରୀ ଡାକିଲେ ଜରୁରୀ ବୈଠକ

ନୂଆଦିଲ୍ଲୀ,୧୩।୧୨: ଅରୁଣାଚଳ ପ୍ରଦେଶର ତୱାଙ୍ଗ ଠାରେ ଭାରତ ଏବଂ ଚାଇନା ମଧ୍ୟରେ ପୁଣି ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ୬ ଜଣ ଭାରତୀୟ ସେନା ଆହତ ହୋଇଥିବା ବେଳେ ଚାଇନାର ୧୨ରୁ ଅଧିକ ସେନା ଆହତ ହୋଇଛନ୍ତି। ତେବେ ଏହି ଘଟଣାକୁ ନେଇ ବିରୋଧୀ ଏବେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି।
ଅରୁଣାଚଳ ପ୍ରଦେଶରେ ଚାଇନା ସହ ହୋଇଥିବା ସଂଘର୍ଷ ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଏବଂ ସିଡିଏସ ଜେନେରାଲ ଅନିଲ ଚୌହାନଙ୍କ ସହ ଆଲୋଚନା କରିବେ। ସୂଚନାନୁସାରେ, ପ୍ରତିରକ୍ଷା ମନ୍ତ୍ରୀ ଏହି ଘଟଣା ସମ୍ପର୍କରେ ବିସ୍ତୃତ ସୂଚନା ନେବେ। ଏହି ବୈଠକରେ ବାୟୁସେନା ଏବଂ ନୌସେନାର ବରିଷ୍ଠ କମାଣ୍ଡୋମାନେ ମଧ୍ୟ ଉପସ୍ଥିତ ରହିବେ। ଆଜି ମଧ୍ୟ ପ୍ରତିରକ୍ଷା ମନ୍ତ୍ରୀ ସଂସଦରେ ଏହି ଘଟଣା ସମ୍ପର୍କରେ ଏକ ବିବୃତ୍ତି ଦେଇପାରିବେ ବୋଲି ଆଶା କରାଯାଉଛି।
ଭାରତ-ଚାଇନା ମଧ୍ୟରେ ସଂଘର୍ଷକୁ ନେଇ କେନ୍ଦ୍ରକୁ ଟାର୍ଗେଟ୍‌ କରିଛନ୍ତି ବିରୋଧୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଛବିକୁ ବଞ୍ଚାଇବାକୁ ଯାଇ ଦେଶକୁ ବିପଦରେ ପକାଉଥିବା ନେଇ କଂଗ୍ରେସ ଅଭିଯୋଗ କରିଛି। ଦଳର ନୂଆ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଓ ଦଳର ମହାସଚିବ ଜୟରାମ ରମେଶ କେନ୍ଦ୍ର ସରକାରଙ୍କୁ ଏନେଇ ଟାର୍ଗେଟ କରିଛନ୍ତି। ଏଥିସହ ଏହି ଘଟଣାକୁ ନେଇ ମୋଦି ସରକାରଙ୍କୁ ସେମାନେ ଜବାବ ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri