ଭାରତକୁ ଧମକ ଦେଉଛି ଚାଇନା ଗଣମାଧ୍ୟମ!

ବେଜିଂ,୧।୯: ଭାରତ-ଚାଇନା ସୀମା ବିବାଦ ବେଳକୁ ବେଳ ବଢିବାରେ ଲାଗିଛି। ତେବେ ଏହାକୁ କମ୍‌ କରିବାକୁ ବ୍ରିଗେଡ କମାଣ୍ଡର ସ୍ତରରେ ଆଲୋଚନା କରାଯାଉଛି। ଅନୁମାନ କରାଯାଉଛି କି ଏହି ସମୟରେ ପୋଙ୍ଗୟାଙ୍ଗ ହ୍ରଦର ଦକ୍ଷିଣ ଉପକୂଳର ସ୍ଥିତି ସମ୍ପର୍କରେ ଆଲୋଚନା କରାଯିବ। ଏହା ପୂର୍ବରୁ ଅଗଷ୍ଟ ୮ରେ ଭାରତ-ଚାଇନା ମଧ୍ୟରେ ମେଜର-ଜେନରାଲ ସ୍ତରରେ କଥାବାର୍ତ୍ତା ହୋଇଥିଲା। ଏବେ କିନ୍ତୁ ଚାଇନାର ସରକାରୀ ମୁଖପତ୍ର ଗ୍ଲୋବାଲ ଟାଇମ୍ସର ଏକ ସମ୍ପାଦକୀୟରେ କୁହାଯାଇଛି ଯଦି ଭାରତ ଚାଇନା ବିରୋଧରେ କୌଣସି ପଦକ୍ଷେପ ନିଏ ତେବେ ଅତୀତରେ ଭାରତୀୟ ସେନା ଚାଇନା ଦ୍ୱାରା ଯେତିକି କ୍ଷତିଗ୍ରସ୍ତ ହୋଇଥିଲେ ଏଥର ତା’ଠାରୁ ଅଧିକ ହେବ। କାରଣ ଚାଇନା ସେନା ନିକଟରେ ସେତିକି କ୍ଷମତା ରହିଛି। ଗ୍ଲୋବାଲ ଟାଇମ୍ସରେ କୁହାଯାଇଛି କି ଭାରତ ଚାଇନା ସେନାଙ୍କ ଗତିବିଧିକୁ ଅଟକାଇ ଦେଇଛି। ତେଣୁ ଏଥିରୁ ସ୍ପଷ୍ଟ ହେଉଛି କି ପ୍ରଥମେ ଭାରତ ସଂଘର୍ଷ ଆରମ୍ଭ କରୁଛି। ଅନ୍ୟପଟେ କରୋନା ଭଳି ଘରୋଇ ସମସ୍ୟାକୁ ନେଇ ଭାରତ ସଂଘର୍ଷ କରୁଥିବା ବେଳେ ଏବେ ଭାରତର ଅର୍ଥ ବ୍ୟବସ୍ଥା ବିଗିଡି ଯାଇଛି। ତେଣୁ ଭାରତ ସେ ଦିଗରୁ ଧ୍ୟାନ ହଟାଇ ଚାଇନା ସହ ସୀମା ବିବାଦରେ ଲାଗିପଡିଛି ବୋଲି ଉକ୍ତ ସମ୍ପାଦକୀୟରେ ଉଲ୍ଳେଖ କରାଯାଇଥିବା ଜଣାପଡିଛି। ଭାରତ-ଚାଇନା ସୀମା ବିବାଦକୁ ନେଇ ଚାଇନା କହିଛି ଭାରତ ଯଦି ତା’ର ସେନା ଶକ୍ତି ଦେଖାଇବାକୁ ଚାହୁଁଛି ତେବେ ଚାଇନା ମଧ୍ୟ ଭାରତର ୧୯୬୨ରୁ ଅଧିକ କ୍ଷତି କରିବାକୁ ପ୍ରସ୍ତୁତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ ଧୁରନ୍ଧର ଖେଳାଳିଙ୍କ ଏହା ଶେଷ IPL ସିଜିନ, ତାଲିକାରେ ଅଛନ୍ତି ଏମାନେ…

ନୂଆଦିଲ୍ଲୀ, ୧୮।୫: IPL ୨୦୨୬ ଅନେକ ପ୍ରମୁଖ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ। ପାଞ୍ଚଟି ଟ୍ରଫି ଜିତିଥିବା ପୂର୍ବତନ ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ଏମଏସ…

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୫୪ଟି ବ୍ୟାଙ୍କ ଆକାଉଣ୍ଟ, ନଗଦ ୨୮ ଲକ୍ଷ, ଟଙ୍କା ବିପୁଳ ପରିମାଣର ଅଳଙ୍କାର ଜବତ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri