୩ ବର୍ଷ ପରେ ବେଜିଂରେ ଭାରତ-ଚାଇନା ବୈଠକ

ବେଜିଂ,୨୨।୨: ସୀମାନ୍ତରେ ଚାଲିଥିବା ଉତ୍ତେଜନା ମଧ୍ୟରେ ବୁଧବାର ବେଜିଂରେ ଭାରତ ଏବଂ ଚାଇନା ମଧ୍ୟରେ ପରାମର୍ଶ ଏବଂ ସମନ୍ବୟ ପ୍ରଣାଳୀ (ଡବ୍ଲ୍ୟୁଏମ୍‌ସିସି)ର ୨୬ତମ ବୈଠକ ଅନୁଷ୍ଠିତ ହୋଇଛି। ଦୁଇ ଦେଶର ସୀମା ପ୍ରସଙ୍ଗରେ ଏହି ବୈଠକରେ ଆଲୋଚନା ହୋଇଥିଲା। ଖୁବ ଶୀଘ୍ର ୧୮ତମ ସିନିୟର କମାଣ୍ଡରଙ୍କ ଏକ ବୈଠକ ଡକାଯିବ ବୋଲି ଏଥିରେ ନିଷ୍ପତ୍ତି ନିଆଯାଇଛି।
ଜୁଲାଇ ୧୪, ୨୦୧୯ ପରେ ଏହା ହେଉଛି ପ୍ରଥମ ମୁହାଁମୁହିଁ ବୈଠକ। ବୈଦେଶିକ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏହି ବୈଠକରେ ଭାରତୀୟ ଦଳର ନେତୃତ୍ୱ ନେଇଥିବାବେଳେ ଚାଇନା ପକ୍ଷରୁ ସୀମା ଏବଂ ସାମୁଦ୍ରିକ ବ୍ୟାପାର ମହାନିର୍ଦ୍ଦେଶକ ନେଇଥିଲେ। ଏଥିରେ ଚାଇନା ବୈଦେଶିକ ମନ୍ତ୍ରଣାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ।
ଡବ୍ଲ୍ୟୁଏମ୍‌ସିସି ବୈଠକରେ ଉଭୟ ଦେଶ ଏଲଏସି ଉପରେ ସାମ୍ପ୍ରତିକ ପରିସ୍ଥିତି ଉପରେ ଆଲୋଚନା କରିଥିଲେ। ଭାରତ ଏବଂ ଚାଇନା ଏଲଏସି ବିବାଦୀୟ ଅଞ୍ଚଳରୁ ସୈନ୍ୟ ପ୍ରତ୍ୟାହାର ପ୍ରସ୍ତାବ ବିଷୟରେ ମଧ୍ୟ ଚର୍ଚ୍ଚା ହୋଇଥିଲା। ଏଲଏସିରେ ଶାନ୍ତି ଫେରାଇ ଆଣିବା ଏହି ବୈଠକର ଉଦ୍ଦେଶ୍ୟ ଥିଲା। ଭାରତ ଏବଂ ଚାଇନା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ସ୍ବାଭାବିକ ପରିସ୍ଥିତି ସୃଷ୍ଟି ପାଇଁ ଆଲୋଚନା ମଧ୍ୟ କରାଯାଇଥିଲା। ସୀମା ପ୍ରସଙ୍ଗରେ ଆଲୋଚନା ପାଇଁ ୨୦୧୨ରେ ଡବ୍ଲ୍ୟୁଏମ୍‌ସିସି ପ୍ରତିଷ୍ଠା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri