ଚାଇନା ହମ୍ବତୋଟା ବନ୍ଦରକୁ ପଠାଇଲା ସ୍ପାଏ ଜାହାଜ: ଆପତ୍ତି କଲା ଭାରତ

କଲମ୍ବୋ/ବେଜିଂ,୫।୮: ଏଲ୍‌ଏସିକୁ ନେଇ ଭାରତ-ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ପୁଣି ଦେଖାଦେଇଛି। ବର୍ତ୍ତମାନ ଚାଇନାର ଆଉ ଏକ କାର୍ଯ୍ୟ ଦୁଇ ଦେଶ ମଧ୍ୟରେ ଥିବା ତିକ୍ତତା ସମ୍ପର୍କକୁ ଆହୁରି ଦ୍ୱିଗୁଣିତ କରିଦେଇଛି। ଭାରତ ଏବଂ ଚାଇନା ମଧ୍ୟରେ ବଢ଼ୁଥିବା ତିକ୍ତତାର ନୂଆ କାରଣ ହେଉଛି ଚାଇନାର ସ୍ପାଏ ଜାହାଜ ୟୁଆନ ୱାଙ୍ଗ-୫। ସୂଚନାଯୋଗ୍ୟ, ଚାଇନା ଏହି ଜାହାଜକୁ ଶୁକ୍ରବାର ଆରବ ସାଗର ସ୍ଥିତ ଶ୍ରୀଲଙ୍କାର ହମ୍ବତୋଟା ବନ୍ଦରକୁ ପଠାଇଛି। ଏହି ଜାହାଜ ଅଗଷ୍ଟ ୧୧ରେ ଉକ୍ତ ବନ୍ଦରରେ ପହଞ୍ଚିବ ବୋଲି ଜଣାପଡ଼ିଛି। କୁହାଯାଉଛି ଯେ, ଚାଇନାର ଏହି ସ୍ପାଏ ଜାହାଜ ଆରବ ସାଗରରେ ଭାରତ ସୈନ୍ୟଙ୍କ ଗତିବିଧି ଓ ସାମରିକ ତଥ୍ୟ ସଂଗ୍ରହ ନେଇ ଏକ ସପ୍ତାହ ରହି ଗୁପ୍ତଚର କାର୍ଯ୍ୟ କରିବ। ଅନ୍ୟପଟେ ଏହାକୁ ଭାରତ ବିରୋଧ କରିବା ସହ ଆପତ୍ତି ଉଠାଇଛି। ଚାଇନାର ଏହି ସ୍ପାଏ ଜାହାଜକୁ ହମ୍ବତୋଟା ବନ୍ଦରରେ ରହିବାକୁ ଅନୁମତି ନ ଦେବାକୁ ଭାରତ ଶ୍ରୀଲଙ୍କାକୁ ଅନୁରୋଧ କରିଥିଲା। କିନ୍ତୁ ଶ୍ରୀଲଙ୍କା ଭାରତର ଏହି ଅନୁରୋଧକୁ ଅଗ୍ରାହ୍ୟ କରି ଚାଇନା ଜାହାଜକୁ ନିଜ ବନ୍ଦରରେ ରହିବାକୁ ଅନୁମତି ଦେଇଛି। ଏହାକୁ ନେଇ ଭାରତ-ଚାଇନା ମଧ୍ୟରେ ତିକ୍ତତା ଆଶଙ୍କା ଆହୁରି ବଢ଼ାଇଦେଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?