Posted inଜାତୀୟ

ଭାରତ-ଚାଇନା ସମ୍ପର୍କରେ ଆସିବ ସୁଧାର, ମୋଦି ସେପ୍ଟେମ୍ବର ୧୪ରେ ଯିବେ ସମରକନ୍ଦ…

ନୂଆଦିଲ୍ଲୀ, ୧୧।୯ : ସେପ୍ଟେମ୍ବର ୧୫-୧୬ ରେ ଉଜବେକିସ୍ତାନର ସମରକନ୍ଦରେ ଅନୁଷ୍ଠିତ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଂଶଗ୍ରହଣ କରିବେ। ଏହା ଦ୍ୱାରା ଭାରତ-ଚାଇନା ସମ୍ପର୍କରେ ସୁଧାର ଆସିବ ବୋଲି ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି।

ଏହାପୂର୍ବରୁ ଜୁନ ୨୦୧୯ ରେ କିର୍ଗିଜସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି ସାଂଘାଇ ସହଯୋଗ ସଂଗଠନର ବୈଠକରେ ଭର୍ଚୁଆଲ ମାଧ୍ୟମରେ ଅଂଶ ଗ୍ରହଣ କରିଥିଲେ। ସୂଚନାନୁସାରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୪ରେ ସମରକନ୍ଦରେ ପହଞ୍ଚି ୧୬ ସେପ୍ଟେମ୍ବରରେ ଭାରତ ଫେରିବେ। ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଭାରତର ଉପସ୍ଥିତି ମଧ୍ୟ ଗୁରୁତ୍ୱପୂର୍ଣ୍ଣ।

କାରଣ ପରବର୍ତ୍ତୀ ସମୟରେ ନୂଆଦିଲ୍ଲୀ ଏହାକୁ ଆୟୋଜନ କରାଯିବ। ରୁଷିଆ, ଚାଇନା ଏବଂ ପାକିସ୍ଥାନର ମୁଖ୍ୟମାନେ ଭାରତରେ ଅନୁଷ୍ଠିତ ହେବାକୁଥିବା ବୈଠକରେ ଅଂଶଗ୍ରହଣ କରିବେ।

ସମରକନ୍ଦରେ ଏହା ମଧ୍ୟ ଆଶା କରାଯାଉଛି ଯେ ଭ୍ଲାଦିମିର ପୁଟିନଙ୍କ ଏବଂ ଶି ଜିନପିଙ୍ଗଙ୍କ ସହ ମୋଦି ପୃଥକ ଆଲୋଚନା କରିବାର ସମ୍ଭାବନା ଥିବା କୁହାଯାଉଛି। ବିଶେଷକରି ରୁଷିଆ-ଚାଇନା ସହିତ ମିଳିତ ସାମରିକ ଅଭ୍ୟାସ ଏବଂ ଏଲଏସିର ବିବାଦୀୟ ସ୍ଥାନରୁ ପିଏଲଏ ସୈନ୍ୟ ପ୍ରତ୍ୟାହାର ପରେ ଏହି ବୈଠକ ନେଇ ସମ୍ପର୍କରେ ସୁଧାର ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri