Posted inଜାତୀୟ

ଭାରତ-ଚାଇନା ସମ୍ପର୍କରେ ଆସିବ ସୁଧାର, ମୋଦି ସେପ୍ଟେମ୍ବର ୧୪ରେ ଯିବେ ସମରକନ୍ଦ…

ନୂଆଦିଲ୍ଲୀ, ୧୧।୯ : ସେପ୍ଟେମ୍ବର ୧୫-୧୬ ରେ ଉଜବେକିସ୍ତାନର ସମରକନ୍ଦରେ ଅନୁଷ୍ଠିତ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଂଶଗ୍ରହଣ କରିବେ। ଏହା ଦ୍ୱାରା ଭାରତ-ଚାଇନା ସମ୍ପର୍କରେ ସୁଧାର ଆସିବ ବୋଲି ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି।

ଏହାପୂର୍ବରୁ ଜୁନ ୨୦୧୯ ରେ କିର୍ଗିଜସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି ସାଂଘାଇ ସହଯୋଗ ସଂଗଠନର ବୈଠକରେ ଭର୍ଚୁଆଲ ମାଧ୍ୟମରେ ଅଂଶ ଗ୍ରହଣ କରିଥିଲେ। ସୂଚନାନୁସାରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୪ରେ ସମରକନ୍ଦରେ ପହଞ୍ଚି ୧୬ ସେପ୍ଟେମ୍ବରରେ ଭାରତ ଫେରିବେ। ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଭାରତର ଉପସ୍ଥିତି ମଧ୍ୟ ଗୁରୁତ୍ୱପୂର୍ଣ୍ଣ।

କାରଣ ପରବର୍ତ୍ତୀ ସମୟରେ ନୂଆଦିଲ୍ଲୀ ଏହାକୁ ଆୟୋଜନ କରାଯିବ। ରୁଷିଆ, ଚାଇନା ଏବଂ ପାକିସ୍ଥାନର ମୁଖ୍ୟମାନେ ଭାରତରେ ଅନୁଷ୍ଠିତ ହେବାକୁଥିବା ବୈଠକରେ ଅଂଶଗ୍ରହଣ କରିବେ।

ସମରକନ୍ଦରେ ଏହା ମଧ୍ୟ ଆଶା କରାଯାଉଛି ଯେ ଭ୍ଲାଦିମିର ପୁଟିନଙ୍କ ଏବଂ ଶି ଜିନପିଙ୍ଗଙ୍କ ସହ ମୋଦି ପୃଥକ ଆଲୋଚନା କରିବାର ସମ୍ଭାବନା ଥିବା କୁହାଯାଉଛି। ବିଶେଷକରି ରୁଷିଆ-ଚାଇନା ସହିତ ମିଳିତ ସାମରିକ ଅଭ୍ୟାସ ଏବଂ ଏଲଏସିର ବିବାଦୀୟ ସ୍ଥାନରୁ ପିଏଲଏ ସୈନ୍ୟ ପ୍ରତ୍ୟାହାର ପରେ ଏହି ବୈଠକ ନେଇ ସମ୍ପର୍କରେ ସୁଧାର ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri