Posted inଜାତୀୟ

ପିପି-୧୫ରୁ ଫେରିଲେ ଭାରତ, ଚାଇନା ସୈନ୍ୟ

ନୂଆଦିଲ୍ଲୀ,୯।୯: ଭାରତ ଓ ଚାଇନା ସେନା ମଧ୍ୟରେ ଷୋଡ଼ଶ ପର୍ଯ୍ୟାୟ କମାଣ୍ଡର ସ୍ତରୀୟ ଆଲୋଚନା ପରେ ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ରହିଥିବା ଗୋଗ୍ରା-ହଟ୍‌ ସ୍ପ୍ରିଙ୍ଗ୍‌ (ପିପି-୧୫) ଅଞ୍ଚଳରୁ ଉଭୟ ପକ୍ଷ ସେମାନଙ୍କ ସୈନ୍ୟ ପ୍ରତ୍ୟାହାର ଆରମ୍ଭ କରିଛନ୍ତି। ସମନ୍ବିତ ଓ ଯୋଜନାବଦ୍ଧ ଭାବେ ଦୁଇଦେଶର ସୈନ୍ୟଙ୍କୁ ଫେରାଇ ନିଆଯାଉଛି। ଏହା ସୀମାନ୍ତ ଅଞ୍ଚଳରେ ସ୍ଥାୟୀ ଶାନ୍ତି ଓ ସ୍ଥିରତା ବଜାୟ ରଖିବାରେ ସହାୟକ ହେବ ବୋଲି ଭାରତ ଓ ଚାଇନା ପକ୍ଷରୁ ମିଳିତ ବିବୃତିରେ କୁହାଯାଇଛି।
୨୦୨୦ ଏପ୍ରିଲ୍‌-ମେ’ରେ ଚାଇନା ସୈନ୍ୟ ପୂର୍ବ ଲଦାଖର ଏକାଧିକ ସ୍ଥାନରେ ଜବରଦସ୍ତ ଅନୁପ୍ରବେଶ କରିବାରୁ ଉଭୟ ସେନା ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଚାଇନା ସୈନ୍ୟ ଉକ୍ତ ପୂର୍ବ ଲଦାଖର ଫିଙ୍ଗର ଅଞ୍ଚଳ, ଗଲଓ୍ବାନ ଭ୍ୟାଲି, ହଟ୍‌ ସ୍ପ୍ରିଂ ଏବଂ କଙ୍ଗରୁଙ୍ଗ ନାଲା ଅଞ୍ଚଳରେ ପ୍ରବେଶ କରିଥିଲେ। ଦୀର୍ଘଦିନର ମୁହଁାମୁହିଁ ସ୍ଥିତି ପରେ ୨୦୨୦ ଜୁନ୍‌ରେ ଗଲଓ୍ବାନ ଉପତ୍ୟକାରେ ଚାଇନା ଓ ଭାରତୀୟ ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଥିଲା। ଏଥିରେ ଭାରତର ୨୦ ସୈନ୍ୟ ନିହତ ହୋଇଥିବାବେଳେ ଚାଇନାର ୪୦ରୁ ଊର୍ଦ୍ଧ୍ୱ ସୈନ୍ୟ ମୃତାହତ ହୋଇଥିଲେ। ଏହା ପରେ ଉଭୟ ସାମରିକ ଓ କୂଟନୈତିକ ସ୍ତରରେ ଏକାଧିକ ପର୍ଯ୍ୟାୟ ଆଲୋଚନା ହୋଇ ପଙ୍ଗଓଙ୍ଗ ସୋ’ର ଉତ୍ତର ଓ ଦକ୍ଷିଣ ପାର୍ଶ୍ୱ ଏବଂ ଗଲଓ୍ବାନର କେତେକ ଅଞ୍ଚଳରୁ ସୈନ୍ୟ ପ୍ରତ୍ୟାହାର ନିଷ୍ପତ୍ତି ହୋଇଥିଲା। ମୋଟାମୋଟି ଭାବେ ଦ୍ୱିପାକ୍ଷିକ ସମ୍ପର୍କରେ ଉନ୍ନତି ପାଇଁ ଲଦାଖ ସମସ୍ୟାର ସ୍ଥାୟୀ ସମାଧାନ ଉପରେ ଭାରତ କ୍ରମାଗତ ଭାବେ ଜୋର୍‌ ଦେଇଆସିଛି। ଏହା ସତ୍ତ୍ୱେ ଚାଇନା ସୈନ୍ୟମାନେ ଅନେକ ସମୟରେ ସ୍ଥିତିକୁ ଅଧିକ ଜଟିଳ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri