Posted inଜାତୀୟ

ଏଲ୍‌ଏସିରେ ପରିସ୍ଥିତି ଅତ୍ୟନ୍ତ ଜଟିଳ: ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୮।୯: ଭାରତ-ଚାଇନା ସୀମାରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ସୋମବାର ବିଳମ୍ବିତ ରାତିରେ ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ (ଏଲଏସି)ରେ ଭାରତ-ଚାଇନା ସେନା ମଧ୍ୟରେ ଗୁଳି ବିନିମୟ ଘଟିଥିବା ସୂଚନା ମିଳିଛି। ଜୁନ ୧୫ରେ ଗଲଓ୍ବାନ ଘାଟିରେ ହୋଇଥିବା ହିଂସାତ୍ମକ ସଂଘର୍ଷ ପରଠାରୁ ଦୁଇ ଦେଶ ମଧ୍ୟରେ ପରିସ୍ଥିତି ସ୍ବାଭାବିକ କରିବା ପାଇଁ ଆଲୋଚନା ଚାଲିଛି, କିନ୍ତୁ ଏପର୍ଯ୍ୟନ୍ତ କୌଣସି ଫଳାଫଳ ମିଳିପାରିନାହିଁ। ଏସବୁ ଭିତରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ରୁଷ୍‌ ଗସ୍ତ ଗସ୍ତରେ ଯାଉଛନ୍ତି। ସେଠାରେ ସେ ଚାଇନା ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କୁ ଭେଟି ସୀମା ବିବାଦ ଉପରେ ଆଲୋଚନା କରିବାର କାର୍ଯ୍ୟକ୍ରaମ ରହିଛି। ଏହା ପୂର୍ବରୁ ଜୟଶଙ୍କର କହିଛନ୍ତି, ଏଲ୍‌ଏସିରେ ପରିସ୍ଥିତି ଅତ୍ୟନ୍ତ ଜଟିଳ। ଉଭୟ ଦେଶ ମଧ୍ୟରେ ଏହାକୁ ନେଇ ଆଲୋଚନା କରିବା ନିହାତି ଆବଶ୍ୟକ ହୋଇପଡିଛି। ଜୟଶଙ୍କର କହିଛନ୍ତି ଯେ ଯଦି ସୀମାରେ ଶାନ୍ତି ଏବଂ ସ୍ଥିରତା ନ ଥାଏ, ତେବେ ସମ୍ପର୍କର ଅନ୍ୟ ଦିଗଗୁଡିକ ସ୍ବଭାବିକ ହୋଇପାରିବ ନାହିଁ। ଗତ ୩୦ ବର୍ଷର ଇତିହାସକୁ ନଜର ପକାଇଲେ ସୀମାରେ ଶାନ୍ତି ଏବଂ ସ୍ଥିରତା ରହିଥିଲା। ସେଠାରେ ମଧ୍ୟ କିଛି ସମସ୍ୟା ଥିଲା। କିନ୍ତୁ ଏବେ ପରିସ୍ଥିତି ବଦଳିଛି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ବୈଦେଶିକ ମନ୍ତ୍ରୀଙ୍କ ଏସସିଓ ସ୍ତରୀୟ ବୈଠକରେ ଯୋଗଦେବା ପାଇଁ ଜୟଶଙ୍କର ରୁଷ ଗସ୍ତ କରୁଛନ୍ତି। ଏହି ବୈଠକ ୯ରୁ ୧୧ ସେପ୍ଟେମ୍ବର ପର୍ଯ୍ୟନ୍ତ ହେବ। ମେ ମାସରେ ଲଦାଖରେ ବିବାଦ ପରେ ରୁଷରେ ଚାଇନା ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କ ସହ ଏହା ଜୟଶଙ୍କରଙ୍କ ପ୍ରଥମ ସାକ୍ଷାତ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?