Posted inଜାତୀୟ

ଦୀପାବଳି ପୂର୍ବରୁ ଏଲ୍‌ଏସିରୁ ହଟିବେ ଭାରତ-ଚାଇନା !

ନୂଆଦିଲ୍ଲୀ,୧୧।୧୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦର ସମାଧାନ ଖୁବ୍‌ ଶୀଘ୍ର ହେବ ବୋଲି କୁହାଯାଉଛି। ଦୀପାବଳି ପୂର୍ବରୁ ଦୁଇ ପକ୍ଷ ବିବାଦୀୟ ଅଞ୍ଚଳରୁ ପଛକୁ ହଟିବେ ବୋଲି ସହମତି ପ୍ରକାଶ କରିଛନ୍ତି। ଫିଙ୍ଗର ଏବଂ ପୋଙ୍ଗାଙ୍ଗ୍‌ ହ୍ରଦ ଅଞ୍ଚଳକୁ ଖାଲି କରି ନିଜ ନିଜର ପୂର୍ବ ସ୍ଥିତିକୁ ଫେରିଯିବାକୁ ଦୁଇପକ୍ଷ ରାଜି ହୋଇଛନ୍ତି। ସରକାରୀ ସୂତ୍ର ଅନୁସାରେ ପୋଙ୍ଗାଙ୍ଗ୍‌ର ଉତ୍ତର ଏବଂ ଦକ୍ଷିଣ ଅଞ୍ଚଳରୁ ଭାରତ ନିଜ ସେନାଙ୍କୁ ହଟାଇବ। ସେହିପରି ଚାଇନା ମଧ୍ୟ ସେନ୍ୟ ବାହିନୀଙ୍କୁ ପଛକୁ ନେଇଯିବ। ସୀମାରେ ଶାନ୍ତି ପାଇଁ ଭାରତ ଚାଇନା ମଧ୍ୟରେ ତ୍ରିସ୍ତରୀୟ ଯୋଜନା ଉପରେ ସହମତି ପ୍ରକାଶ ପାଇଛି। ପୋଙ୍ଗାଙ୍ଗ୍‌ ଅଞ୍ଚଳରୁ ସୈନ୍ୟ, ଟ୍ୟାଙ୍କ ସମେତ ଅନ୍ୟ ସରଞ୍ଜାମକୁ ଫେରାଇ ଅଣାଯିବ। ଦୁଇପକ୍ଷ ନିଜର ୩୦ ପ୍ରତିଶତ ସୈନ୍ୟବଳ ବିବାଦୀୟ ଅଞ୍ଚଳରୁ ହଟାଇବେ। ୩ ଦିନ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ। ଚାଇନା ଫିଙ୍ଗର-୮ ଅଞ୍ଚଳରୁ ପଛକୁ ଫେରିବ। ସେହିପରି ଭାରତୀୟ ସେନା ଧାନ ସିଂ ଥାପା ପୋଷ୍ଟକୁ ଫେରି ଆସିବେ। ଉତ୍ତେଜନା ସମୟରେ ଚୁଶୁଲ ଏବଂ ରେଜାଙ୍ଗ୍‌ ଲା ପାହାଡ଼ରେ ଅଧିକୃତ ହୋଇଥିବା ଅଞ୍ଚଳକୁ ଉଭୟ ପକ୍ଷ ଖାଲି କରିବେ ବୋଲି ସରକାରୀ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର…

ବେଙ୍ଗଲରେ ୫ ଟଙ୍କାରେ ମିଳିବ ମାଛ-ଭାତ; ଜାଣନ୍ତୁ ଦେଶର କେଉଁ ରାଜ୍ୟରେ ମିଳେ ସବୁଠୁ ଶସ୍ତା ସରକାରୀ ଥାଳି?

କୋଲକାତା,୨୭।୫: ପଶ୍ଚିମବଙ୍ଗ ସରକାର ସାଧାରଣ ଏବଂ ଗରିବ ଲୋକଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ସରକାରୀ ସହାୟତା ପ୍ରାପ୍ତ ସ୍ୱତନ୍ତ୍ର କ୍ୟାଣ୍ଟିନଗୁ ବର୍ତ୍ତମାନ ମାତ୍ର…

ଏଟିଏମରୁ ଉଠାଇପାରିଲେନି ୪୦୦ଟଙ୍କା, SBI କୁ ଦେବାକୁ ପଡିଲା ୫୮,୭୦୦ ଟଙ୍କାର ଜରିମାନା, ଘଟଣା ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୭।୫: ମାତ୍ର ୪୦୦ ଟଙ୍କାର ଏକ ବିବାଦ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ପାଇଁ ବଡ଼ ଅସୁବିଧା ସୃଷ୍ଟି କରିଛି। ଗ୍ରାହକଙ୍କ ଅଭିଯୋଗକୁ ବର୍ଷ ବର୍ଷ…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭ା୫(ରବିନାରାୟଣ ଜେନା) ରାଜ୍ୟରେ କେଉଁ ବିଧାୟକଙ୍କ ପ୍ରଦର୍ଶନ ସର୍ବୋତ୍ତମ ତାହାକୁ ଓଡ଼ିଶା ବିଧାନସଭା ଖୁବ୍‌ଶୀଘ୍ର ଲୋକଲୋଚନକୁ ଆଣିବ। ଦୀର୍ଘ ୧୦ ବର୍ଷ ଧରି ବନ୍ଦ ରହିଥିବା ଏହି…

ଭାରତରେ କରୋନାଠାରୁ ବିପଜ୍ଜନକ ‘ଇବୋଲା’ ଭାଇରସର ଏଣ୍ଟ୍ରି! ଆଫ୍ରିକାରୁ ଫେରିଥିବା ୨୮ ବର୍ଷୀୟ ମହିଳା ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୭।୫: ଆଫ୍ରିକାରେ ବ୍ୟାପିବା ପରେ ଏବେ ଭାରତରେ ଇବୋଲା ଭାଇରସ ମାମଲା ଦେଖାଯାଇଛି। ଉଗାଣ୍ଡାରୁ ଫେରିଥିବା ଜଣେ ମହିଳାଙ୍କଠାରେ ଇବୋଲା ଭାଇରସ ଲକ୍ଷଣ। ଏନେଇ କେନ୍ଦ୍ର…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri