Posted inଜାତୀୟ

ପିପି-୧୫ରୁ ପଛକୁ ହଟିଲେ ଭାରତ-ଚାଇନା ସୈନ୍ୟବାହିନୀ…

ଲେହ, ୧୩।୯ : ଭାରତ ଏବଂ ଚାଇନା ସୈନ୍ୟବାହିନୀ ପୂର୍ବ ଲଦାଖର ବିବାଦୀୟ ଅଞ୍ଚଳ ଗୋଗ୍ରା-ହଟ୍ସପ୍ରିଙ୍ଗ ଅଞ୍ଚଳରେ ପାଟ୍ରୋଲିଂ ପୋଷ୍ଟ -୧୫(ପିପି-୧୫)ରୁ ପଛକୁ ହଟିଛନ୍ତି। ସରକାରୀ ସୂତ୍ର ଅନୁଯାୟୀ, ଉଭୟ ସୈନ୍ୟବାହିନୀର ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହୋଇଛି ଏବଂ ବର୍ତ୍ତମାନର ପରିସ୍ଥିତିକୁ ମଧ୍ୟ ସମୀକ୍ଷା କରାଯାଉଛି। ସୂଚନାଯୋଗ୍ୟ ଯେ ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ସୋମବାର ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ କହିଥିଲେ ଯେ ପାଟ୍ରୋଲିଂ ୧୫ ରୁ ସୈନ୍ୟ ପ୍ରତ୍ୟାହାର ଏପର୍ଯ୍ୟନ୍ତ ସମୀକ୍ଷା କରାଯାଇ ନାହିଁ।

ସୂଚନାଯୋଗ୍ୟ ଯେ ପାଙ୍ଗଙ୍ଗ ହ୍ରଦ ଅଞ୍ଚଳରେ ହିଂସାତ୍ମକ ସଂଘର୍ଷ ପରେ ୫ ମେ ୨୦୨୦ ରେ ପୂର୍ବ ଲଦାଖ ସୀମାରେ ବିବାଦ ଆରମ୍ଭ ହୋଇଥିଲା। ଚାଇନା ସୈନିକମାନେ ଲଦାଖ ସେକ୍ଟରରେ ଭାରତୀୟ ସୀମାରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବାବେଳେ ଏହି ସଂଘର୍ଷ ଘଟିଥିଲା। ଏହା ପରେ ଉଭୟ ପକ୍ଷ ଧୀରେ ଧୀରେ ଏହି ଅଞ୍ଚଳରେ ହଜାର ହଜାର ସଶସ୍ତ୍ର ସୈନିକ ନିୟୋଜିତ କରିଥିଲେ। ସେବେଠାରୁ ପାଟ୍ରୋଲିଂ ପଏଣ୍ଟ ୧୫ ନିକଟରେ ଭାରତ-ଚାଇନା ସୈନ୍ୟ ପରସ୍ପର ବିପକ୍ଷରେ ମୁତୟନ ହୋଇଥିଲେ। ବର୍ତ୍ତମାନ ଭାରତ ଏବଂ ଚାଇନା ପାଙ୍ଗଙ୍ଗ ସୋ ହ୍ରଦର ଉଭୟ ପାର୍ଶ୍ୱରୁ ସୈନିକମାନଙ୍କୁ ହଟାଇ ଦେଇଛନ୍ତି।

ପିପି-୧୫ ରୁ ଭାରତୀୟ ଏବଂ ଚାଇନା ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ସେପ୍ଟେମ୍ବର ୮ ରେ ଆରମ୍ଭ ହୋଇଥିଲା। ସେପ୍ଟେମ୍ବର ୯ ରେ, ଚାଇନା ସୈନ୍ୟବାହିନୀ ଗୋଗ୍ରା-ହଟ୍ସପ୍ରିଙ୍ଗ୍ସ ପାଟ୍ରୋଲିଂ ପଏଣ୍ଟ ୧୫ରୁ ପ୍ରତ୍ୟାହାର ଆରମ୍ଭ କରିବାର ଘୋଷଣା କରିବାର ଗୋଟିଏ ଦିନ ପରେ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏହା ଉପରେ ମନ୍ତବ୍ୟ ଦେଇଥିଲେ। ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି କହିଥିଲେ ଚୁକ୍ତିନାମା ଅନୁଯାୟୀ ଏହି ଅଞ୍ଚଳରେ ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ସେପ୍ଟେମ୍ବର ୮ତାରିଖ ପୂର୍ବାହ୍ନ ୮ଟା ୩୦ ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୧୨ ସୁଦ୍ଧା ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାରେ ମୋଦି ସରକାରଙ୍କୁ ଘେରିଲେ ଓଡ଼ିଶା ଏମ୍‌ପି: କେନ୍ଦ୍ରୀକରଣ ବଢ଼ିଲେ ସମନ୍ବୟ ନୁହେଁ, ବଢ଼ିବ ସଂଘର୍ଷ

ପଦ୍ମପୁର, ୩୧।୩(ପ୍ରଦୀପ୍ତ ଦାଶ): ରାଜ୍ୟ ସଭା ଏମ୍‌ପି ନିରଞ୍ଜନ ବିଶି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସାଧାରଣ ପ୍ରଶାସନ) ବିଧେୟକ, ୨୦୨୬ ଉପରେ ଚର୍ଚ୍ଚା କରି ବିଲ୍‌ରେ…

ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ! ପ୍ରଥମେ ଇରାନ ବିନାଶର ପ୍ରତିଶ୍ରୁତି, ଏବେ ହର୍ମୁଜକୁ ନେଇ କହିଲେ ବଡ଼ କଥା, ଯୁଦ୍ଧର ହେବ ‘THE END’?

ଓ୍ବାଶିଂଟନ,୩୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ସଂଘର୍ଷକୁ ଦୀର୍ଘ କରିବା ମନୋଭାବରେ ଥିବା ପରି ମନେ ହେଉନାହିଁ। ଟ୍ରମ୍ପ ତାଙ୍କ ସହଯୋଗୀମାନଙ୍କୁ ଜଣାଇ…

ରୋହିତ 2.0: ପ୍ରାୟ ୧୦ ମାସ ପରେ ଟି-୨୦ କ୍ରିକେଟକୁ ଫେରିଲେ ‘ହିଟମ୍ୟାନ’

ନୂଆଦିଲ୍ଲୀ,୩୧।୩: ଯଦିଓ ରୋହିତ ଶର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, ରବିବାର ରାତିରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri