ପ୍ରତିରକ୍ଷା କ୍ଷେତ୍ରରେ ପ୍ରଥମ ୧୦୦ ପ୍ରତିଶତ ଏଫଡିଆଇକୁ ମଞ୍ଜୁରୀ, ଭାରତରେ ରକେଟ ନିର୍ମାଣ କରିବ ବିଦେଶୀ କମ୍ପାନୀ

ନୂଆଦିଲ୍ଲୀ,୫/୧୧: ଭାରତର ପ୍ରତିରକ୍ଷା କ୍ଷେତ୍ରରେ ଘରୋଇ ଉତ୍ପାଦନ ପାଇଁ ବଡ ନିବେଶକୁ ସରକାର ମଞ୍ଜୁରୀ ଦେଇଛନ୍ତି। ସରକାର ପ୍ରଥମ ଥର ପାଇଁ ପ୍ରତିରକ୍ଷା କ୍ଷେତ୍ରରେ ୧୦୦ ପାତିଶତ ପ୍ରତ୍ୟକ୍ଷ ବିଦେଶୀ ନିବେଶ(ଏଫଡ଼ିଆଇ) କୁ ମଞ୍ଜୁରୀ ଦେଇଛନ୍ତି। ଏହି ନିବେଶ ପରେ ଭାରତରେ ରକେଟ ନିର୍ମାଣ ସହିତ ଜଡିତ। ଅର୍ଥାତ ବିଶ୍ୱର ଏହି ପ୍ରସିଦ୍ଧ କମ୍ପାନୀ ଭାରତରେ ମେଡ଼-ଇନ-ଇଣ୍ଡିଆ ରାକେଟ ନିର୍ମାଣ କରିବ।

ଇକୋନୋମିକ ଟାଇମ୍ସ ରିପୋର୍ଟ ଅନୁଯାୟୀ ସରକାର ଯେଉଁ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି ତାହା ସ୍ୱିଡ଼େନର ସାଵ କମ୍ପାନୀର ଅଟେ। ଭାରତରେ ରକେଟ ଉତ୍ପାଦନ କରିବାକୁ ଏହି ପ୍ରସ୍ତାବ ଦେଇଥିଲା। ଏଥିପାଇଁ ସାଵ ଏଫବିବିଆଇ ଇଣ୍ଡିଆ ନାମରେ ଭାରତରେ ଏକ କମ୍ପାନୀ ପଞ୍ଜିକୃତ କରାଯାଇଛି। କମ୍ପାନୀ ଭାରତରେ ‘କାର୍ଲ ଗୁସ୍ତାଫ ଏମ ୪ ସିଷ୍ଟମ ରକେଟ’ର ନୂଆ ପିଢ଼ି ନିର୍ମାଣ କରିବ। ଏହି ଏଫଡ଼ିଆଇ ପ୍ରସ୍ତାବର ମୂଲ୍ୟ ୫୦୦ କୋଟି ଠାରୁ ସାମାନ୍ୟ କମ୍ ବୋଲି କୁହାଯାଉଛି।

ଏହି କମ୍ପାନୀ ବର୍ତ୍ତମାନ ପର୍ୟ୍ୟନ୍ତ କାର୍ଲ ଗୁସ୍ତାଫ ଏମ ୪ ସିଷ୍ଟମ ରକେଟ କେବେଳ ସ୍ଵିଡେନରେ ନିର୍ମାଣ କରୁଥିଲା। ତେବେ ଏହି ରକେଟକୁପ୍ରବୃ ଭାରତୀୟ ସେନା ବ୍ୟବହାର କରୁଛି। ଏହି ପ୍ରସ୍ତାବିତ ରକେଟ କାରଖାନା ହରିୟାଣାରେ ହୋଇପାରେ ବୋଲି କୁହାଯାଉଛି। ଆଗାମୀ ବର୍ଷ କମ୍ପାନୀ ଏହାର ଉତ୍ପାଦନ ଆରମ୍ଭ କରିବ ବୋଲି ସାଵ ପକ୍ଷରୁ ଏହାର ୱେବସାଇଟରେ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri