Posted inଜାତୀୟ

୨୧ ଅଗଷ୍ଟରେ ଭାରତ ବନ୍ଦ ଡାକରା, ଜାଣନ୍ତୁ କଣ ରହିବ ବନ୍ଦ ଏବଂ କଣ ରହିବ ଖୋଲା

ନୂଆଦିଲ୍ଲୀ, ୨୦।୦୮: ସଂରକ୍ଷିତ ଜାତି ଏବଂ ଜନଜାତି ଆରକ୍ଷଣରେ କ୍ରିମି ଲେୟାର ଲାଗୁ କରିବା ନେଇ ସୁପ୍ରିମ୍‌କୋର୍ଟ ନିଷ୍ପତ୍ତି ଶୁଣାଇଛନ୍ତି । ଏହି ନିଷ୍ପତ୍ତିକୁ ବିରୋଧକରି ଆରକ୍ଷଣ ବଞ୍ଚାଅ ସଂଘର୍ଷ ସମିତି ୨୧ ଅଗଷ୍ଟ ଅର୍ଥାତ କାଲି ଭାରତ ବନ୍ଦ ଡାକରା ଦେଇଛି। ଏହାର ସମର୍ଥନରେ କିଛି ଦଳିତ ସଂଗଠନ ବାହାରିଛନ୍ତି । ଏହାଛଡ଼ା ସମାଜବାଦୀ ପାର୍ଟି ମଧ୍ୟ ଏହାକୁ ସମର୍ଥନ କରିଛି । ପୋଲିସ୍‌କୁ ଏନେଇ ସତର୍କ କରାଯାଇଛି ।

କିଛିଦିନ ତଳେ ସୁପ୍ରିମ୍‌କୋର୍ଟ ଏସ୍‌-ଏସ୍‌ଟି ଆରକ୍ଷଣରେ କ୍ରିମି ଲେୟର କରିବାକୁ ଅନୁମତି ଦେଇଛନ୍ତି । କୋର୍ଟ ଏ ନେଇ କହିଥିଲେ ଯେ, ଯେଉଁମାନଙ୍କୁ ବାସ୍ତବରେ ଏହି ଆରକ୍ଷଣର ଆବଶ୍ୟକତା ଅଛି ସେମାନଙ୍କୁ ପ୍ରଥମିକତା ଦେବା ମିଳିବା ଜରୁରୀ । ଯାହାକୁ ବିରୋଧ କରୁଛନ୍ତି କିଛି ଦଳ । ଭାରତ ବନ୍ଦ ଡାକରା ଦେଇଥିବା ଦଳ ଏହି ନିଷ୍ପତ୍ତିକୁ ଫେରାଇ ନେବାକୁ ଦାବି କରିଛି ।

ଭରତ ବନ୍ଦ ସମୟରେ କ’ଣ ବନ୍ଦ ରହିବ

ଭାରତ ବନ୍ଦ ସମୟରେ କ’ଣ ଖୋଲା ରହିବ ଏବଂ କ’ଣ ବନ୍ଦ ରହିବ ସେନେଇ ଏପର୍ଯ୍ୟନ୍ତ କୌଣସି ସରକାରୀ ଘୋଷଣା କରାଯାଇ ନାହିଁ। ତେବେ ଭାରତ ବନ୍ଦ ସମୟରେ ଏହା ସାଧାରଣ ପରିବହନ ସେବା ଉପରେ ପ୍ରଭାବ ପକାଇପାରେ । କେତେକ ସ୍ଥାନରେ ଘରୋଇ କାର୍ଯ୍ୟାଳୟ ବନ୍ଦ ହୋଇପାରେ ।

ଏହି ସେବାଗୁଡିକ ଜାରି ରହିବ

ଭରତ ବନ୍ଦ ସମୟରେ ଡାକ୍ତରଖାନା ଏବଂ ଆମ୍ବୁଲାନ୍ସ ଭଳି ଜରୁରୀକାଳୀନ ସେବା କାର୍ଯ୍ୟକ୍ଷମ ରହିବ। ବ୍ୟାଙ୍କ କାର୍ଯ୍ୟାଳୟ ଏବଂ ସରକାରୀ କାର୍ଯ୍ୟାଳୟ ବନ୍ଦ ରଖିବା ନେଇ ସରକାରଙ୍କ ତରଫରୁ ଏପର୍ଯ୍ୟନ୍ତ କୌଣସି ଆଦେଶ ଆସିନାହିଁ। ତେଣୁ ବୁଧବାର ଦିନ ବ୍ୟାଙ୍କ ଏବଂ ସରକାରୀ କାର୍ଯ୍ୟାଳୟ ଖୋଲା ରହିବା ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri