Posted inଜାତୀୟ

୨୧ ଅଗଷ୍ଟରେ ଭାରତ ବନ୍ଦ ଡାକରା, ଜାଣନ୍ତୁ କଣ ରହିବ ବନ୍ଦ ଏବଂ କଣ ରହିବ ଖୋଲା

ନୂଆଦିଲ୍ଲୀ, ୨୦।୦୮: ସଂରକ୍ଷିତ ଜାତି ଏବଂ ଜନଜାତି ଆରକ୍ଷଣରେ କ୍ରିମି ଲେୟାର ଲାଗୁ କରିବା ନେଇ ସୁପ୍ରିମ୍‌କୋର୍ଟ ନିଷ୍ପତ୍ତି ଶୁଣାଇଛନ୍ତି । ଏହି ନିଷ୍ପତ୍ତିକୁ ବିରୋଧକରି ଆରକ୍ଷଣ ବଞ୍ଚାଅ ସଂଘର୍ଷ ସମିତି ୨୧ ଅଗଷ୍ଟ ଅର୍ଥାତ କାଲି ଭାରତ ବନ୍ଦ ଡାକରା ଦେଇଛି। ଏହାର ସମର୍ଥନରେ କିଛି ଦଳିତ ସଂଗଠନ ବାହାରିଛନ୍ତି । ଏହାଛଡ଼ା ସମାଜବାଦୀ ପାର୍ଟି ମଧ୍ୟ ଏହାକୁ ସମର୍ଥନ କରିଛି । ପୋଲିସ୍‌କୁ ଏନେଇ ସତର୍କ କରାଯାଇଛି ।

କିଛିଦିନ ତଳେ ସୁପ୍ରିମ୍‌କୋର୍ଟ ଏସ୍‌-ଏସ୍‌ଟି ଆରକ୍ଷଣରେ କ୍ରିମି ଲେୟର କରିବାକୁ ଅନୁମତି ଦେଇଛନ୍ତି । କୋର୍ଟ ଏ ନେଇ କହିଥିଲେ ଯେ, ଯେଉଁମାନଙ୍କୁ ବାସ୍ତବରେ ଏହି ଆରକ୍ଷଣର ଆବଶ୍ୟକତା ଅଛି ସେମାନଙ୍କୁ ପ୍ରଥମିକତା ଦେବା ମିଳିବା ଜରୁରୀ । ଯାହାକୁ ବିରୋଧ କରୁଛନ୍ତି କିଛି ଦଳ । ଭାରତ ବନ୍ଦ ଡାକରା ଦେଇଥିବା ଦଳ ଏହି ନିଷ୍ପତ୍ତିକୁ ଫେରାଇ ନେବାକୁ ଦାବି କରିଛି ।

ଭରତ ବନ୍ଦ ସମୟରେ କ’ଣ ବନ୍ଦ ରହିବ

ଭାରତ ବନ୍ଦ ସମୟରେ କ’ଣ ଖୋଲା ରହିବ ଏବଂ କ’ଣ ବନ୍ଦ ରହିବ ସେନେଇ ଏପର୍ଯ୍ୟନ୍ତ କୌଣସି ସରକାରୀ ଘୋଷଣା କରାଯାଇ ନାହିଁ। ତେବେ ଭାରତ ବନ୍ଦ ସମୟରେ ଏହା ସାଧାରଣ ପରିବହନ ସେବା ଉପରେ ପ୍ରଭାବ ପକାଇପାରେ । କେତେକ ସ୍ଥାନରେ ଘରୋଇ କାର୍ଯ୍ୟାଳୟ ବନ୍ଦ ହୋଇପାରେ ।

ଏହି ସେବାଗୁଡିକ ଜାରି ରହିବ

ଭରତ ବନ୍ଦ ସମୟରେ ଡାକ୍ତରଖାନା ଏବଂ ଆମ୍ବୁଲାନ୍ସ ଭଳି ଜରୁରୀକାଳୀନ ସେବା କାର୍ଯ୍ୟକ୍ଷମ ରହିବ। ବ୍ୟାଙ୍କ କାର୍ଯ୍ୟାଳୟ ଏବଂ ସରକାରୀ କାର୍ଯ୍ୟାଳୟ ବନ୍ଦ ରଖିବା ନେଇ ସରକାରଙ୍କ ତରଫରୁ ଏପର୍ଯ୍ୟନ୍ତ କୌଣସି ଆଦେଶ ଆସିନାହିଁ। ତେଣୁ ବୁଧବାର ଦିନ ବ୍ୟାଙ୍କ ଏବଂ ସରକାରୀ କାର୍ଯ୍ୟାଳୟ ଖୋଲା ରହିବା ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri