Categories: ଜାତୀୟ

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ । ଏଥିରେ ସେ ଆହତ ହୋଇଥିବା କୁହାଯାଉଛି। ୨୦୨୨ ବିଧାନସଭା ନିର୍ବାଚନ ସମୟରେ ମଧ୍ୟ ମମତା ଆହତ ହୋଇଥିଲେ। ଏହାପୂର୍ବରୁ ସେ ଘରେ ପଡ଼ିଯିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି ହେବାକୁ ପଡ଼ିଥିଲା।

ପ୍ରକାଶ ଯେ, ମମତା ଦୁର୍ଗାପୁରରୁ ଆସନସୋଲ ଯାଉଥିଲେ । ସେଠାରେ ସେ ଟିଏମ୍‌ସି ପ୍ରାର୍ଥୀ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନରେ ଏକ ରାଲିକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ଥିଲା। ମମତା ଯେତେବେଳେ ହେଲିକପ୍ଟର ଭିତରକୁ ଯାଉଥିଲେ ସେତେବେଳେ ସନ୍ତୁଳନ ହରାଇ ପଡିଯାଇଥିଲେ । ଫଳରେ ତାଙ୍କ ପାଦରେ ଆଘାତ ଲାଗିଛି ।

Share