Posted inଜାତୀୟ

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ, ୧୦ ଦିନରେ ଇସ୍ତଫା ନ ଦେଲେ…

ଲକ୍ଷ୍ନୌ/ମୁମ୍ବାଇ,୩।୧୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ। ମୁମ୍ବାଇ ପୋଲିସର ଟ୍ରାଫିକ କଣ୍ଟ୍ରୋଲ ସେଲ୍‌ ଏକ ଅଜଣା ନମ୍ବରରୁ ଏକ ଧମକପୂର୍ଣ୍ଣ ବାର୍ତ୍ତା ପାଇଛି। ଯଦି ଯୋଗୀ ୧୦ ଦିନ ମଧ୍ୟରେ ଇସ୍ତଫା ନ ଦିଅନ୍ତି, ତେବେ ଆମେ ତାଙ୍କୁ ବାବା ସିଦ୍ଦିକିଙ୍କ ପରି ହତ୍ୟା କରିବୁ ବୋଲି ସେଥିରେ ଧମକ ଦିଆଯାଇଥିବା ଜଣାପଡ଼ିଛି। ତେବେ ଏଭଳି ଧମକ ମିଳିବା ପରେ ସୁରକ୍ଷା ଏଜେନ୍ସିଗୁଡ଼ିଙ୍କୁ ସତର୍କ କରାଯାଇଛି। ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯାଇଛି। ଅନ୍ୟପକ୍ଷରେ ମୁମ୍ବାଇ ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି ଏବଂ ଧମକ ଦେଇଥିବା ବ୍ୟକ୍ତିଙ୍କୁ ଖୋଜା ଚାଲିଛି।

ସୂଚନାଯୋଗ୍ୟ, ନିକଟରେ ମୁମ୍ବାଇର ବାନ୍ଦ୍ରା ଅଞ୍ଚଳରେ ଏନ୍‌ସିପି ନେତା ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡ ବାବା ସିଦ୍ଦିକିଙ୍କ ପୁଅ ଜିଶାନଙ୍କ କାର୍ଯ୍ୟାଳୟ ବାହାରେ ଘଟିଥିଲା। ଆକ୍ରମଣକାରୀମାନେ ତାଙ୍କ ଉପରକୁ ଅନେକ ରାଉଣ୍ଡ ଗୁଳି ଚଳାଇଥିଲେ। ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନା ନିଆଯାଇଥିଲା। ହେଲେ ତାଙ୍କର ମୃତ୍ୟୁ ଘଟିଥିଲା। ବାବା ସିଦ୍ଦିକିଙ୍କ ହତ୍ୟା ପଛରେ ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ ରହିଥିଲା। ଏହି ମାମଲାରେ ପୋଲିସ ଏଯାବତ ଅନେକ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଧିକାରୀମାନେ ୟୁପି ଏବଂ ହରିୟାଣାର ସୁଟର୍‌ଙ୍କୁ ମଧ୍ୟ ଗିରଫ କରିଛନ୍ତି।

ଏହାପୂର୍ବରୁ ବିହାରର ପୁର୍ନିଆର ଏମ୍‌ପି ପପୁ ଯାଦବଙ୍କୁ ମଧ୍ୟ ହତ୍ୟା ଧମକ ଦିଆଯାଇଥିଲା। ତାଙ୍କୁ ଲରେନ୍ସ ବିଷ୍ଣୁ ଗ୍ୟାଙ୍ଗର ନାମ ନେଇ ମୃତ୍ୟୁ ଧମକ ଦିଆଯାଇଥିଲା। ଏଥିରେ ତାଙ୍କୁ ସଲମାନ ଖାନ ମାମଲାଠାରୁ ଦୂରରେ ରହିବାକୁ କୁହାଯାଇଥିଲା। ଘଟଣାରେ ଧମକ ଦେଇଥିବା ବ୍ୟକ୍ତିଙ୍କୁ ଦିଲ୍ଲୀରୁ ଗିରଫ କରାଯାଇଛି। ତେବେ ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ ସହିତ ଅଭିଯୁକ୍ତଙ୍କ କୌଣସି ସମ୍ପର୍କ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri