Posted inଜାତୀୟ

ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୮।୩: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା ଉପରେ ଝଟ୍‌କା ଲାଗୁଛି। ଗୋଟିଏ ପଟେ ନେତାମାନେ ଦଳ ଛାଡ଼ୁଥିବା ବେଳେ ଅନ୍ୟପକ୍ଷେ ତଦନ୍ତକାରୀ ସଂସ୍ଥାର କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ସଦ୍ୟ ଘଟଣାକ୍ରମରେ କଂଗ୍ରେସକୁ ଆଇଟିଏଆଇ(ଆୟକର ଆପିଲେଟ୍‌ ଟ୍ରିବ୍ୟୁନାଲ) ପକ୍ଷରୁ ବଡ଼ ଝଟ୍‌କା ଲାଗିଛି। ଏଥିରେ ଆୟକର ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ଉପରେ ରୋକ ଲଗାଇବାର ଆବେଦନକୁ ଅଗ୍ରାହ୍ୟ କରିଦିଆଯାଇଛି। ତେବେ ପିଟିଶନ ଖାରଜ ହୋଇଥିବାରୁ କଂଗ୍ରେସ ଓକିଲ ବିବେକ ଟଙ୍ଖା ଏହା ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିବେ ବୋଲି କହିଛନ୍ତି।

୨୦୧୮-୧୯ ଆର୍ଥିକ ବର୍ଷର ଟିକସ ଏବଂ ଜରିମାନା ବାବଦରେ କଂଗ୍ରେସ ୨୦୧୦ କୋଟି ବାକି ରଖିଥିବା ଦାବି କରି ଆୟକର ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇ ଟଙ୍କାକୁ ଫ୍ରିଜ୍‌ କରିଦିଆଯାଇଥିଲା। ପରେ ବିଭାଗ ପକ୍ଷରୁ ଆଗାମୀ ଶୁଣାଣି ଯାଏ ପ୍ରମୁଖ ଆକାଉଣ୍ଟରୁ ରୋକ ହଟାଇ ଦିଆଯାଇଥିଲା। ଏହାକୁ ନେଇ ଗତ ମାସରେ ଭାଜପା ସରକାରକୁ ଟାର୍ଗେଟ କରିଥିଲା କଂଗ୍ରେସ। ଦଳ ‘ଆର୍ଥିକ ଆତଙ୍କବାଦ’ ଆରମ୍ଭ କରିଥିବା କଂଗ୍ରେସ ନେତା ଅଜୟ ମାକେନ କହିଥିଲେ। ଏପରିକି ନିର୍ବାଚନରେ ଅପଙ୍ଗ କରିବା ଲାଗି ଦଳର ଆକାଉଣ୍ଟରୁ ଅନୁମତି ନ ନେଇ ୬୫ କୋଟିରୁ ଅଧିକ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ କରିଥିଲେ। ଏପରିକି ଏଭଳି କାର୍ଯ୍ୟାନୁଷ୍ଠାନକୁ ସେ ବିରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

CJP ହିଂସାକୁ ନେଇ ବଡ଼ ଖୁଲାସା, ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ…

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ଜାରି ରହିଛି । ଏହି ସମୟରେ Facial Recognition System ଦ୍ବାରା ହିଂସା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା ହୋଇଛି…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri