Posted inଖେଳ

ମାତ୍ର ୨୭ ବଲ୍‌ରେ ଇତିହାସ ରଚିଲା ଭାରତ: ପାକିସ୍ତାନକୁ କଡ଼ା ଚେତାବନୀ

ଦୁବାଇ,୧୧ା୯: ଚଳିତ ଏସିଆ କପ୍‌ ଟି୨୦ ଟୁର୍ନାମେଣ୍ଟରେ ବୁଧବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଭାରତ ଅତି ସହଜରେ ଆୟୋଜକ ୟୁନାଇଟେଡ୍‌ ଆରବ ଏମିରେଟ୍ସ(ୟୁଏଇ)କୁ ୯ ଉଇକେଟରେ ପରାସ୍ତ କରିଦେଇଛି। ପ୍ରଥମେ ବ୍ୟାଟିଂ କରିଥିବା ୟୁଏଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ମାତ୍ର ୧୩.୧ ଓଭରରେ ୫୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ୫୮ ରନ୍‌ର ଛୋଟିଆ ଟାର୍ଗେଟ୍‌କୁ ଭାରତ ମାତ୍ର ୪.୩ ଓଭରରେ(୨୭ ବଲ୍‌ରେ) ୧ ଉଇକେଟ ହାରାଇ ଲକ୍ଷ୍ୟ ହାସଲ କରି ନେଇଥିଲା। ଭାରତ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିବ। ଭାରତର ଫର୍ମ ପାକିସ୍ତାନକୁ କଡ଼ା ଚେତାବନୀ ସଦୃଶ ହୋଇଛି।
ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରିଥିବା ୟୁଏଇ ୧୩.୧ ଓଭରରେ ୫୭ ରନ୍‌ରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ଏହା ଏସିଆ କପ୍‌ ଟି୨୦ ଟୁର୍ନାମେଣ୍ଟ ଇତିହାସର ଦ୍ୱିତୀୟ ସର୍ବନିମ୍ନ ଦଳଗତ ସ୍କୋର ଏବଂ ଅନ୍ତର୍ଜାତୀୟ ଟି୨୦ରେ ଏହା ୟୁଏଇର ସର୍ବନିମ୍ନ ସ୍କୋର। ତେବେ ଟୁର୍ନାମେଣ୍ଟ ଇତିହାସରେ ସର୍ବନିମ୍ନ ସ୍କୋର କରିବାର ରେକର୍ଡ ହଂକଂ ନାମରେ ରହିଛି। ହଂକଂ ଦଳ ୨୦୨୨ ସଂସ୍କରଣରେ ପାକିସ୍ତାନ ବିପକ୍ଷରେ ୩୮ ରନ୍‌ରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ଘରୋଇ ଦଳ ପାଇଁ ଦୁଇ ଓପ୍‌ନର ଆଲିଶାନ ଶାରାଫୁ ୨୨ ଓ ଅଧିନାୟକ ମହମ୍ମଦ ଓ୍ବାସିମ ୧୯ ରନ୍‌ କରିଥିଲେ। ଏମାନଙ୍କୁ ଛାଡ଼ିଦେଲେ ଅନ୍ୟ କୌଣସି ବ୍ୟାଟର ଦୁଇଅଙ୍କ ସ୍କୋର ଛୁଇଁପାରି ନ ଥିଲେ। ଭାରତ ପାଇଁ କୁଲଦୀପ ଯାଦବ ୪ ଓ ଶିବମ୍‌ ଦୁବେ ୩ ଉଇକେଟ ନେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରୁଣ ଚକ୍ରବର୍ତ୍ତୀ, ଅକ୍ଷର ପଟେଲ ଓ ଯଶ୍‌ପ୍ରୀତ ବୁମ୍‌ରା ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ। ଜବାବରେ ଭାରତକୁ ଅଭିଷେକ ଶର୍ମା ଓ ଶୁବମନ ଗିଲ୍‌ ବିସ୍ଫୋରକ ଆରମ୍ଭ ପ୍ରଦାନ କରିଥିଲେ। ଦୁହେଁ ୩.୫ ଓଭରରେ ୪୮ ରନ୍‌ କରିଥିଲେ। ଏକମାତ୍ର ବ୍ୟାଟର ଭାବେ ଅଭିଷେକ ୧୬ ବଲ୍‌ରେ ୨ ଚୌକା ଓ ୩ ଛକା ସହିତ ୩୦ ରନ୍‌ କରି ପାଭିଲିୟନ ଫେରିଥିଲେ। ତାଙ୍କ ବଳରେ କ୍ରିଜ୍‌କୁ ଓହ୍ଲାଇଥିବା ଅଧିନାୟକ ସୂର୍ଯ୍ୟକୁମାର ୭ ଓ ଗିଲ୍‌ ୨୦ (୨ ଚୌକା ଓ ୧ ଛକା) ରନ୍‌କରି ମ୍ୟାଚ୍‌ ଫିନିଶ୍‌ କରିଥିଲେ। ୟୁଏଇ ପକ୍ଷରୁ ଜୁନେଦ୍‌ ସିଦ୍ଦିକି ଏକମାତ୍ର ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri