Posted inଜାତୀୟ

ଦିନକରେ ୨ କୋଟି କୋଭିଡ୍‌ ଟିକା

ନୂଆଦିଲ୍ଲୀ, ୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୭୧ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ସରକାରଙ୍କ ପକ୍ଷରୁ କୋଭିଡ୍‌ ଟିକାକରଣର ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଥିଲା। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଦେଶରେ ୨.୨ କୋଟିରୁ ଊର୍ଦ୍ଧ୍ୱ ଡୋଜ୍‌ ଟିକା ଦିଆଯାଇଛି। ଗୋଟିଏ ଦିନରେ ଟିକାଦାନ ଦୁଇକୋଟି ଟପିବା ଏକ ରେକର୍ଡ। ମୋଦିଙ୍କ ଜନ୍ମଦିନକୁ ସ୍ମରଣୀୟ କରିବା ଲାଗି ରେକର୍ଡ କୋଭିଡ୍‌ ଟିକାଦାନ ଲାଗି ଭାଜପା ପକ୍ଷରୁ ଅନୁରୋଧ କରାଯାଇଥିଲା। ଏହା ଦ୍ରୁତତମ ଟିକାକରଣ ଏବଂ ସ୍ବାସ୍ଥ୍ୟ କର୍ମଚାରୀ ଓ ଦେଶବାସୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଉପହାର ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖଲାଲ୍‌ ମାଣ୍ଡବ୍ୟ କହିଛନ୍ତି। ଏହାକୁ ମିଶାଇ ଦେଶରେ ବର୍ତ୍ତମାନ ସୁଦ୍ଧା ୭୯ କୋଟିରୁ ଅଧିକ ଡୋଜ୍‌ କୋଭିଡ୍‌ ଟିକା ଦିଆଗଲାଣି। ପୂର୍ବରୁ ଅଗଷ୍ଟ ୩୧ରେ ଗୋଟିଏ ଦିନରେ ସର୍ବାଧିକ ୧.୩୦ କୋଟି ଡୋଜ୍‌ ଦିଆଯାଇଥିଲା। ଗୋଟିଏ ଦିନରେ ୨ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ ଟିକା ଦିଆଯିବା ମୋଦିଙ୍କ ନେତୃତ୍ୱାଧୀନ ନୂଆ ଭାରତର ପ୍ରତିଫଳନ ବୋଲି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’

ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?