Posted inଜାତୀୟ

ଭାରତ ଗ୍ରୀନ ହାଉସ ଗ୍ୟାସ ନିର୍ଗମନକୁ ୩୩ ପ୍ରତିଶତ ହ୍ରାସ କରିଛି…

ନୂଆଦିଲ୍ଲୀ,୧୦।୮ : ଭାରତ ଗତ ୧୪ ବର୍ଷ ମଧ୍ୟରେ ଗ୍ରୀନହାଉସ ଗ୍ୟାସ ନିର୍ଗମନକୁ ୩୩ ପ୍ରତିଶତ ହ୍ରାସ କରି ବିଶ୍ୱ ତାପମାତ୍ରା ଏବଂ ଜଳବାୟୁ ପରିବର୍ତ୍ତନକୁ ରୋକିବାରେ ଏକ ମହତ୍ତ୍ୱପୂର୍ଣ ଅବଦାନ ଜାରି ରଖିଛି। ମିଳିତ ଜାତିସଂଘର ଫ୍ରେମୱାର୍କ କନଭେନଶନ ଅଫ ଜଳବାୟୁ ପରିବର୍ତ୍ତନରେ ଧାର୍ଯ୍ୟ କରାଯାଇଥିବା ଲକ୍ଷ୍ୟ ଅନୁଯାୟୀ, ୨୦୦୫ ବର୍ଷ ତୁଳନାରେ ୨୦୩୦ ସୁଦ୍ଧା ଏହାକୁ ୪୫ ପ୍ରତିଶତ ହ୍ରାସ କରିବାକୁ ହେବ। ଏହି ଲକ୍ଷ୍ୟକୁ ପୂରଣ କରିବା ଲାଗି ଭାରତ ଅତି ନିକଟତର ହେବାରେ ଲାଗିଛି। ଜାତିସଂଘକୁ ଏହି ତଥ୍ୟ ସରକାର ପଠାଇବେ।

ତୃତୀୟ ଜାତୀୟ ଯୋଗାଯୋଗ (ଟିଏନ୍ସି) ରିପୋର୍ଟର ସୂତ୍ରରୁ ପ୍ରକାଶ ୨୦୧୯ସୁଦ୍ଧା ଭାରତର ଜିଡିପିରେ ପ୍ରତ୍ୟେକ ୟୁନିଟ ବୃଦ୍ଧି ପାଇଁ ୨୦୦୫ ତୁଳନାରେ ମୋଟ ଗ୍ରୀନ ହାଉସ ଗ୍ୟାସ ନିର୍ଗମନରେ ୩୩ ପ୍ରତିଶତ ହ୍ରାସ ଘଟିଛି। ଅର୍ଥନୈତିକ ପ୍ରଗତି ପାଇଁ କେତେ ନିର୍ଗମନ ବ୍ୟବହାର କରାଯାଉଛି ତାହା ଏଥିରେ କୁହାଯାଇଛି। ନିର୍ଗମନ ହ୍ରାସ କରିବା ପାଇଁ ସେମାନଙ୍କ ଦ୍ୱାରା କରାଯାଇଥିବା କାର୍ଯ୍ୟ ବିଷୟରେ କହିବାକୁ ସମସ୍ତ ଦେଶ ଟିଏନସି ରିପୋର୍ଟ ପ୍ରସ୍ତୁତ କରୁଛନ୍ତି। ଏହି ରିପୋର୍ଟ ଭାରତର କେନ୍ଦ୍ର କ୍ୟାବିନେଟକୁ ପଠାଯିବ, ଯେଉଁଠାରୁ ଏହା ଜାତିସଂଘକୁ ପଠାଯିବ।

୨୦୧୪-୧୬ ମଧ୍ୟରେ ବାର୍ଷିକ ୧.୫ ପ୍ରତିଶତ ହାରରେ ଗ୍ରୀନ ହାଉସ ଗ୍ୟାସ ନିର୍ଗମନ ହ୍ରାସ ପାଉଛି ବୋଲି ରିପୋର୍ଟରେ ଦର୍ଶାଯାଇଛି। ଏଥି ସହିତ, ୨୦୧୬-୧୯ ମଧ୍ୟରେ ଏହା ତିନି ପ୍ରତିଶତ ବେଗରେ ହ୍ରାସ ପାଇବା ଆରମ୍ଭ କରିଛି। ଅର୍ଥାତ ହ୍ରାସର ଗତି ବୃଦ୍ଧି ପାଇଛି ।

ଜଣେ ଅଧିକାରୀ ଦାବି କରିଛନ୍ତି ନିର୍ଗମନ ହ୍ରାସ ସତ୍ତ୍ୱେ ଭାରତୀୟ ଅର୍ଥନୀତି ବୃଦ୍ଧି ପାଉଛି। ଏହା ଏକ ସଙ୍କେତ ଭାରତ ନିର୍ଗମନ ଏବଂ ଅର୍ଥନୈତିକ ଅଭିବୃଦ୍ଧି ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?