Posted inଖେଳ

ଜାଡେଜାଙ୍କ ଯାଦୁ: ୫୭୪ରେ ପାଳି ଘୋଷଣା କଲା ଭାରତ

ମୋହାଲି,୫।୩: ତିନି ମାସ ପରେ ଟେଷ୍ଟ ମ୍ୟାଚ୍‌ ଖେଳୁଥିବା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଶ୍ରୀଲଙ୍କା ବିପକ୍ଷ ମୋହାଲି ଟେଷ୍ଟରେ ଜବରଦସ୍ତ ବ୍ୟାଟିଂ କରିଛନ୍ତି । ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଜାଡେଜା ୨୨୮ ବଲ୍‌ରେ ରେକର୍ଡ ୧୭୫ ରନ କରିଛନ୍ତି । ଶେଷରେ ଟିମ ଇଣ୍ଡିଆ ତା’ର ପ୍ରଥମ ଇନିଂସରେ ବିଶାଳ ୫୭୪ ରନ କରିବା ପରେ ପାଳି ଘୋଷଣା କରିଛି । ପାଳି ଘୋଷଣା ବେଳେ ଜାଡେଜା ଅପରାଜିତ ୧୭୫ ଓ ମହମ୍ମଦ ଶାମି ୨୦ ରନ କରି କ୍ରିଜରେ ରହିଥିଲେ । ଏବେ ଶ୍ରୀଲଙ୍କା ତା’ର ପ୍ରଥମ ଇନିଂସ୍‌ର ବ୍ୟାଟିଂ ଆରମ୍ଭ କରିବ।

ମ୍ୟାଚ୍‌ର ଦ୍ୱିତୀୟ ଦିନ ଶନିବାର ଦୁଇ ସେସନରେ ବ୍ୟାଟିଂ କରି ଭାରତ କେବଳ ୨ଟି ଉଇକେଟ ହିଁ ହରାଇଛି । ରବିଚନ୍ଦ୍ରନ ଅଶ୍ୱିନୀ( ୬୧) ଓ ଜୟନ୍ତ ଯାଦବ(୨) ରନ କରି ପ୍ୟାଭିଲିୟନର ଫେରିବା ପରେ ଆସିଥିଲେ ଜାଡେଜା । ସେ ଶତକ ମାରିବା ପରେ ବିସ୍ଫୋରକ ବ୍ୟାଟିଂ କରିଥିଲେ । ଏହି ଶତକ ସହ ସେ ନିଜ ଟେଷ୍ଟ କ୍ୟାରିୟରର ଦ୍ୱିତୀୟ ଶତକ ହାସଲ ମଧ୍ୟ ହାସଲ କରିଛନ୍ତି । ଅପରାଜିତ ୧୭୫ ତାଙ୍କ ଟେଷ୍ଟ କ୍ୟାରିୟରର ସର୍ବାଧିକ ବ୍ୟକ୍ତିଗତ ସ୍କୋର ।

କହିରଖୁଛୁ, ଶୁକ୍ରବାର ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିଲା ଭାରତ । ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ଭାରତ ଋଷଭ ପନ୍ତଙ୍କ ୯୬ ରନ ବଳରେ ୬ ଉଇକେଟ ହରାଇ ୩୫୭ ରନ କରିଥିଲା । ଶନିବାର ଦୁଇ ଅପରାଜିତ ବ୍ୟାଟ୍ସମ୍ୟାନ ଜାଡେଜା(୪୫) ଓ ଅଶ୍ୱିନୀ(୧୦) ଦଳୀୟ ସ୍କୋରକୁ ଆଗକୁ ନେଇଥିଲେ। ଉଭୟ ଦମଦାର ବ୍ୟାଟିଂ କରି ଶ୍ରୀଲଙ୍କା ବୋଲରଙ୍କୁ ନାକେଦମ କରିଥିଲେ । ସେ ୮୭ ବଲରେ ନିଜର ଅର୍ଦ୍ଧଶତକ ହାସଲ କରିଥିଲେ ।  ଏଥିସହ ୯୬.୬ ଓଭରରେ ଦଳୀୟ ସ୍କୋରକୁ ୪୦୦ରେ ପହଞ୍ଚାଇଥିଲେ । ଅଶ୍ୱିନ ମଧ୍ୟ ତାଙ୍କୁ ଭରପୂର ସହଯୋଗ କରିଥିଲେ । ଉଭୟ ୧୩୮ ବଲରେ ୭ମ ଉଇକେଟ ପାଇଁ ୧୦୦ ଯୋଡ଼ି ସ୍ଥିତି ମଜବୁତ କରିଥିଲେ ।୧୬୦ ବଲରେ ଶତକ ଅର୍ଜନ କରିଥିବା ଜାଡେଜା ଏଠାରେ ଅଟକି ନ ଥିଲେ । ଲଞ୍ଚ ପରେ ସେ ଆହୁରି ଆକ୍ରମଣାତ୍ମକ ବ୍ୟାଟିଂ କରି ୧୫୦ ରନ ପୂରଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପନ୍ତ ୯୬, ରବି ଅଶ୍ୱିନ ୬୧, ହନୁମା ବିହାରୀ ୫୮, ବିରାଟ କୋହଲି ୪୫, ମୟଙ୍କ ଅଗ୍ରୱାଲ ୩୩, ରୋହିତ ଶର୍ମା ୩୯ ଓ ଶ୍ରେୟସ ଆୟର ୨୭ ରନ୍‌ର ଇନିଂସ ଖେଳିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri