Posted inଖେଳ

ନେପାଳକୁ ୨୩ ରନ୍‌ରେ ପରାସ୍ତ କରି ସେମିଫାଇନାଲରେ ଭାରତ

ହାଙ୍ଗଝୋ,୩।୧୦: ଭାରତୀୟ କ୍ରିକେଟ ଦଳ ଏସିଆନ ଗେମ୍ସ ୨୦୨୩ରେ ସେମିଫାଇନାଲରେ ପ୍ରବେଶ କରିଛି। ଆଜି ଅନୁଷ୍ଠିତ କ୍ୱାର୍ଟର ଫାଇନାଲ ମ୍ୟାଚରେ ଭାରତ ନେପାଳକୁ ୨୩ ରନରେ ପରାସ୍ତ କରି ସେମିଫାଇନାଲରେ ପହଞ୍ଚିଛି। ଭାରତୀୟ ଦଳର ବିଜୟର ହିରୋ ଥିଲେ ଯଶସୀ ଜୟସ୍ବାଲ। ସେ ଶତକ ହାସଲ କରିଥିଲେ। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ଭାରତ ନେପାଳକୁ ୨୦୩ ରନ୍‌ର ଟାର୍ଗେଟ୍‌ ଦେଇଥିଲା। ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ୍‌ ହରାଇ ୨୦୨ ରନ୍‌ କରଥିଲା। ଜବାବରେ ନେପାଳ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ୍‌ ହରାଇ ୧୭୯ ରନ୍‌ କରିଥିଲା।
ଚାଇନାର ହାଙ୍ଗଜୋ ସହରରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତୀୟ ଅଧିନାୟକ ରୁତୁରାଜ ଗାଏକ୍ୱାଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ପସନ୍ଦ କରିଥିଲେ। ଭାରତୀୟ ଦଳ ଏକ ଶକ୍ତିଶାଳୀ ଆରମ୍ଭ କରିଥିଲା ଏବଂ ପ୍ରଥମ ଉଇକେଟ ପାଇଁ ଯଶସୀ ଏବଂ ରୁତୁରାଜଙ୍କ ମଧ୍ୟରେ ୧୦୩ ରନ ଭାଗିଦାରୀ ହୋଇଥିଲା। ୨୩ଟି ବଲରେ ୨୫ ରନ ସ୍କୋର କରିବା ପରେ ଏଠାରେ ରୁତୁରାଜ ଆଉଟ ହୋଇଥିଲେ। ଏହା ପରେ ଭାରତ ଖୁବ ଶୀଘ୍ର ତିଲକ ବର୍ମା (୨) ଏବଂ ଉଇକେଟ କିପର ଜିତେଶ ଶର୍ମା (୫)କୁ ହରାଇଥିଲା। ତେବେ ଯଶସ୍ବୀଙ୍କ ବିସ୍ଫୋରକ ବ୍ୟାଟିଂ ଅନ୍ୟ ପଟରୁ ଜାରି ରହିଥିଲା। ୪୯ ବଲରେ ୧୦୦ ରନ ସ୍କୋର କରିବା ପରେ ଯଶସ୍ବୀ ଜୟସ୍ବାଲ ଆଉଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri