Posted inଖେଳ

ଭାରତୀୟ କ୍ରିକେଟର ଅଭୁଲା ଦିନ

ନୂଆଦିଲ୍ଲୀ,୧୪।୯: ଆଜିକୁ ଠିକ୍‌ ୧୪ ବର୍ଷ ତଳେ ଅର୍ଥାତ ୨୦୦୭, ସେପ୍ଟେମ୍ବର ୧୪ ତାରିଖରେ ଭାରତୀୟ ଦଳ ଟି୨୦ ଫର୍ମାଟରେ ପ୍ରଥମ ଥର ପାଇଁ ପାକିସ୍ତାନକୁ ହରାଇଥିଲା। ମ୍ୟାଚ୍‌ର ପରିଣାମ ବାହାରିଥିଲା ବୋଲ ଆଉଟ୍‌ ଜରିଆରେ। କ୍ରିକେଟ ଇତିହାସର ଏହା ଏକମାତ୍ର ଅନ୍ତର୍ଜାତୀୟ ମ୍ୟାଚ୍‌, ଯେଉଁଥିରେ ବୋଲ ଆଉଟ୍‌ ଦ୍ୱାରା ପରିଣାମ ବାହାରିଥିଲା।

ଟି୨୦ ବିଶ୍ୱକପ୍‌ର ପ୍ରଥମ ସଂସ୍କରଣ ୨୦୦୭ରେ ଦକ୍ଷିଣ ଆଫ୍ରିକାରେ ଖେଳାଯାଇଥିଲା। ଡର୍ବାନଠାରେ କ୍ରିକେଟର ସବୁଠୁ ଛୋଟିଆ ଫର୍ମାଟରେ ପ୍ରଥମ ଥର ପାଇଁ ପରସ୍ପରକୁ ଭେଟିଥିଲେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ପଡ଼ୋଶୀ। ମ୍ୟାଚ୍‌ଟି ଡ୍ର’ ହୋଇଯିବାରୁ ଫଳାଫଳ ପାଇଁ ବୋଲ ଆଉଟ୍‌ର ସହାୟତା ନିଆଯାଇଥିଲା। ସେତେବେଳେ ସୁପର ଓଭରର କନସେପ୍ଟ ଆସି ନ ଥିଲା। ବୋଲ ଆଉଟ୍‌ରେ ଭାରତ ୩-୦ରେ ପାକିସ୍ତାନକୁ ହରାଇ ଦେଇଥିଲେ। ଟିମ୍‌ ଇଣ୍ଡିଆ ପକ୍ଷରୁ ହରଭଜନ ସିଂ, ବୀରେନ୍ଦ୍ର ସେହ୍ବାଗ ଓ ରବିନ ଉଥପ୍ପା ଷ୍ଟମ୍ପକୁ ହିଟ୍‌ କରିଥିଲେ। କିନ୍ତୁ ପାକିସ୍ତାନ ପାଇଁ ଶାହିଦ ଆଫ୍ରିଦୀ, ଉମର ଗୁଲ ଓ ୟାଶିର ଆରାଫତଙ୍କ ମଧ୍ୟରୁ କେହି ସଫଳ ହୋଇ ନ ଥିଲେ।

୨୦ ଓଭର ସୁଦ୍ଧା ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଭାରତ ୯ ଉଇକେଟ ହରାଇ ୧୪୧ ରନ୍‌ କରିଥିଲା। ଟିମ୍‌ ଇଣ୍ଡିଆ ପକ୍ଷରୁ ଉଥପ୍ପା ୫୦ ଓ ଧୋନୀ ୩୩ ରନ୍‌ କରିଥିଲେ। ପାକିସ୍ତାନ ପେସର ମହମ୍ମଦ ଆସିଫ ହାତେଇଥିଲେ ୪ ଉଇକେଟ। ଜବାବରେ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବା ପାକିସ୍ତାନ ଏକଦା ୮୭ ରନ୍‌ ମଧ୍ୟରେ ୫ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। କିନ୍ତୁ ମିଶବା ଉଲ ହକ୍‌ ଖେଳିଥିଲେ ବିସ୍ଫୋରକ ୫୩ ରନ୍‌ର ଅର୍ଦ୍ଧଶତକୀୟ ପାଳି। ଅନ୍ତିମ ୩ ବଲରେ ପାକିସ୍ତାନକୁ ଜିତିବା ପାଇଁ ୧ ରନ୍‌ ଦରକାର ଥାଏ। ତଥାପି ଜିତିପାରି ନ ଥିଲା ପାକିସ୍ତାନ। ଅନ୍ତିମ ବଲରେ ମିଶବା ରନ୍‌ ଆଉଟ୍‌ ହେବାରୁ ମ୍ୟାଚ୍‌ ଟାଇ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri