ପାକିସ୍ତାନର ୪ ଏୟାରବେସ୍‌କୁ ଧ୍ୱଂସ କଲା ଭାରତ: ଚାରିଆଡେ ଖେଳିଗଲା ହଇଚଇ

ନୂଆଦିଲ୍ଲୀ,୧୦।୫: ଭାରତର ଆକ୍ରମଣାତ୍ମକ ମନୋଭାବ ପାକିସ୍ତାନରେ ଆତଙ୍କ ସୃଷ୍ଟି କରିଛି। ସୂତ୍ର ଅନୁସାରେ, ଭାରତ ପାକିସ୍ତାନରେ ଥିବା ଅତି କମରେ ୪ଟି ଏୟାରବେସ୍‌ ଉପରେ ଆକ୍ରମଣ କରିଛି। ରାୱଲପିଣ୍ଡିରେ ନୁର ଖାନ ଏୟାରବେସ୍‌, ସୋରକୋଟର ରଫିକି ଏୟାରବେସ୍‌, ଚକୱାଲରେ ମୁରିଦ ଏୟାରବେସ ଏବଂ ଚତୁର୍ଥ ଏୟାରବେସର ନାମ ବିଷୟରେ ଏପର୍ଯ୍ୟନ୍ତ ସୂଚନା ଉପଲବ୍ଧ ହୋଇନାହିଁ।
ଏହାସହ ଶ୍ରୀନଗର ନିକଟରେ ପାକିସ୍ତାନ ବାୟୁସେନାର ଦୁଇଟି ଯୁଦ୍ଧ ବିମାନକୁ ଗୁଳି କରି ଖସାଇ ଦିଆଯାଇଛି।
ଏହା ବ୍ୟତୀତ, ଭାରତ ଶ୍ରୀନଗର ନିକଟରେ ପାକିସ୍ତାନୀ ବାୟୁସେନାର ଦୁଇଟି ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଖବର ମଧ୍ୟ ଅଛି। ଭାରତ ପିଓକେରେ ଏକ ପାକିସ୍ତାନୀ ପୋଷ୍ଟକୁ ମଧ୍ୟ ଉଡ଼ାଇ ଦେଇଛି। ଜମ୍ମୁ କଶ୍ମୀରରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ଦେଖାଯାଉଛି। ଭାରତର ଏହି ଆକ୍ରମଣାତ୍ମକ କାର୍ଯ୍ୟରେ ପାକିସ୍ତାନ ହତାଶ ହୋଇଯାଇଛି ଏବଂ ଲଗାତାର ଆକ୍ରମଣ କରୁଛି।

ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଆରମ୍ଭ ହୋଇଥିଲା। ଆତଙ୍କବାଦୀମାନେ ୨୨ ଏପ୍ରିଲରେ କଶ୍ମୀରର ପହଲଗାମରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହା ପରେ ଭାରତ ପାକିସ୍ତାନ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ପାକିସ୍ତାନ ଏବଂ ପିଓକେ ଭିତରେ ୯ଟି ସ୍ଥାନରେ ଆତଙ୍କବାଦୀ ଆଡ୍ଡାକୁ ଧ୍ୱଂସ କରିଥିଲା। ଭାରତର ଏହି କାର୍ଯ୍ୟରେ ପାକିସ୍ତାନ ଚିନ୍ତିତ ହୋଇ ଭାରତ ଉପରେ ଆକ୍ରମଣ ଆରମ୍ଭ କରିଦେଲା। କିନ୍ତୁ ଭାରତ ପାକିସ୍ତାନର ଏହି ଆକ୍ରମଣକୁ ବିଫଳ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri