ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ ସାଇବର ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏବେ ସୋସିଆଲ ମିଡିଆ ବ୍ୟବହାର ପାଇଁ ଏକ ନିର୍ଦ୍ଦିଷ୍ଟ ବୟସ ସୀମା ଧାର୍ଯ୍ୟ କରିବାକୁ ଯୋଜନା କରୁଛନ୍ତି।ଏଥିପାଇଁ ସରକାର ବିଭିନ୍ନ ଟେକ୍ କମ୍ପାନୀଗୁଡ଼ିକ ସହ ଆଲୋଚନା ଚଳାଇଛନ୍ତି।

ନୂଆଦିଲ୍ଲୀଠାରେ ଆୟୋଜିତ ‘ଇଣ୍ଡିଆ AI ଇମ୍ପାକ୍ଟ ସମିଟ୍’ ଅବସରରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ, ପିଲାମାନଙ୍କୁ ଡିଜିଟାଲ୍ ଦୁନିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ବୟସ ସୀମା ନିର୍ଧାରଣ କରିବା ଅତ୍ୟନ୍ତ ଜରୁରୀ। ଏହାସହ ସୋସିଆଲ ମିଡିଆରେ ବଢ଼ୁଥିବା ‘ଡିପ୍‌ଫେକ୍’ ସମସ୍ୟାର ସମାଧାନ ପାଇଁ ମଧ୍ୟ ପ୍ଲାଟଫର୍ମଗୁଡ଼ିକ ସହ କଥାବାର୍ତ୍ତା ଜାରି ରହିଛି। ବିଶ୍ୱର ଅନେକ ଦେଶ ଏହି ନିୟମକୁ ଗ୍ରହଣ କରିସାରିଥିବା ବେଳେ ଭାରତ ମଧ୍ୟ ଏହି ଦିଗରେ ଆଗକୁ ବଢ଼ିବାକୁ ପ୍ରସ୍ତୁତ ହେଉଛି।

ଅଷ୍ଟ୍ରେଲିଆ ପ୍ରଥମ ଦେଶ ଭାବେ ୧୬ ବର୍ଷରୁ କମ୍ ଶିଶୁଙ୍କ ପାଇଁ ଫେସବୁକ୍, ଇନଷ୍ଟାଗ୍ରାମ୍ ଏବଂ ୟୁଟ୍ୟୁବ୍ ଭଳି ପ୍ଲାଟଫର୍ମକୁ ବ୍ୟାନ୍ କରିଛି। ସ୍ପେନ୍ ଏବଂ ୟୁରୋପୀୟ ସଂଘର ଅନ୍ୟ ଦେଶଗୁଡ଼ିକ ମଧ୍ୟ ସମାନ ନିୟମ ଉପରେ ବିଚାର କରୁଛନ୍ତି। ଆନ୍ଧ୍ରପ୍ରଦେଶ ସରକାର ମଧ୍ୟ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍ କରିବାକୁ ଯୋଜନା କରୁଛନ୍ତି।

ଭାରତରେ ଫେସବୁକ୍ ଓ ଇନଷ୍ଟାଗ୍ରାମର ୪୦୦ ମିଲିୟନରୁ ଅଧିକ ବ୍ୟବହାରକାରୀ ଅଛନ୍ତି, ଯାହା ବିଶ୍ୱରେ ସର୍ବାଧିକ। ଏଭଳି ପରିସ୍ଥିତିରେ ବୟସ ସୀମା ଲାଗୁ ହେଲେ ଏହି କମ୍ପାନୀଗୁଡ଼ିକ ଉପରେ ବଡ଼ ପ୍ରଭାବ ପଡ଼ିବ।

ଅନ୍ୟପଟେ, ସୋସିଆଲ ମିଡିଆ କମ୍ପାନୀଗୁଡ଼ିକ ଏହି ବ୍ୟାନ୍‌କୁ ବିରୋଧ କରିଛନ୍ତି। ସେମାନଙ୍କ କହିବା ଅନୁଯାୟୀ, ବୟସ ଯାଞ୍ଚ କରିବା ପ୍ରକ୍ରିୟା କଷ୍ଟକର ଏବଂ ଏହି ନିୟମ ଯୋଗୁଁ ବ୍ୟବହାରକାରୀମାନେ ଅନିୟନ୍ତ୍ରିତ କିମ୍ବା ଅସୁରକ୍ଷିତ ଆପ୍ ଆଡ଼କୁ ମୁହାଁଇପାରନ୍ତି।

ତଥାପି, ପିଲାମାନଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ ସାଇବର ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ‘ଡିଜିଟାଲ ବ୍ୟକ୍ତିଗତ ଡାଟା ସୁରକ୍ଷା’ (DPDP) ଢାଞ୍ଚାରେ ଏହି ନୂତନ ନିୟମ ଆଣିବାକୁ ପ୍ରସ୍ତୁତି ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri