Posted inଖେଳ

ପାରା ବ୍ୟାଡ୍‌ମିଣ୍ଟନ ମିଟ୍‌ରେ ଭାରତର ଆଧିପତ୍ୟ: ପଦକ ତାଲିକା ଶୀର୍ଷରେ ରହି ଅଭିଯାନ ଶେଷ

ଭିକ୍ଟୋରିଆ(ଅଷ୍ଟ୍ରେଲିଆ),୨୫ା୧୦: ଅଷ୍ଟ୍ରେଲିଆନ ପାରା ବ୍ୟାଡ୍‌ମିଣ୍ଟନ ଇଣ୍ଟରନ୍ୟାଶନାଲ ୨୦୨୫ରେ ଭାରତ ଆଧିପତ୍ୟ ବିସ୍ତାର କରି ପଦକ ତାଲିକାରେ ଶୀର୍ଷ ସ୍ଥାନ ସହ ଏହାର ଅଭିଯାନ ଶେଷ କରିଛି।

ଏଥିରେ ପାରାଲିମ୍ପିକ ଚାମ୍ପିୟନ ପ୍ରମୋଦ ଭଗତ ଦୁଇ ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ ସୁକାନ୍ତ କଦମ ଗୋଟିଏ ସ୍ବର୍ଣ୍ଣ ଏବଂ ଗୋଟିଏ ରୌପ୍ୟ ଜିତିଥିଲେ। ଭଗତ ଫାଇନାଲରେ ନିଜ ଦେଶର ମନୋଜ ସରକାରଙ୍କୁ ୨୧-୧୫, ୨୧-୧୭ରେ ପରାସ୍ତ କରି ପୁରୁଷ ସିଙ୍ଗଲ୍ସ ଏସ୍‌ଏଲ୍‌୩ ଟାଇଟଲ ଜିତିଥିଲେ।

ସେ କଦମଙ୍କୁ ସାଥୀ କରି ଭାରତୀୟ ଯୋଡ଼ି ଉମେଶ ବିକ୍ରମ କୁମାର ଓ ସୂର୍ଯ୍ୟକାନ୍ତ ଯାଦବଙ୍କୁ ୨୧-୧୧, ୧୯-୨୧, ୨୧-୧୮ରେ ହରାଇ ପୁରୁଷ ଡବଲ୍ସ ଏସ୍‌ଏଲ୍‌୩-ଏସ୍‌ଏଲ୍‌୪ ଚାମ୍ପିୟନ ହୋଇଥିଲେ। କଦମ ପୁରୁଷ ସିଙ୍ଗଲ୍ସ ଏସ୍‌ଏଲ୪ କାଟେଗୋରୀରେ ରୌପ୍ୟ ଜିତିଥିଲେ। ଲଢୁଆ ପ୍ରଦର୍ଶନ ସତ୍ତ୍ୱେ ସେ ସୂର୍ଯ୍ୟକାନ୍ତଙ୍କଠାରୁ ୨୧-୧୩, ୨୧-୧୪, ୧୯-୨୧ରେ ହରାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

କେତୁଙ୍କ ସ୍ୱନକ୍ଷତ୍ରରେ ଗୋଚର: ୫ରାଶି ରୁହନ୍ତୁ ସତର୍କ! ଖରାପ ସମୟ ଆରମ୍ଭ; ପାଖରୁ ଚାଲିଯିବ ଟଙ୍କା…

ଜ୍ୟୋତିଷଙ୍କ ଅନୁସାରେ, କେତୁ ଗ୍ରହ ୩ ଅକ୍ଟୋବର ୨୦୨୬ରେ ମଘା ନକ୍ଷତ୍ରର ପ୍ରଥମ ପାଦକୁ ଚଳନ କରିବେ। କେତୁଙ୍କ ଏହି ପାଦ ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍‌ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍‌ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?