Posted inଜାତୀୟ

ଦିଲ୍ଲୀ ମନ୍ତ୍ରୀ ଗେହଲଟଙ୍କୁ ଇଡି ଜେରା

ନୂଆଦିଲ୍ଲୀ,୩୧।୩: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିବାର ସପ୍ତାହେ ପରେ ଦିଲ୍ଲୀ ମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତା କୈଳାସ ଗେହଲଟଙ୍କୁ ଶନିବାର ୫ ଘଣ୍ଟାରୁ ଊର୍ଦ୍ଧ୍ୱ ଜେରା କରିଛି। ଅବକାରୀ ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲା ନେଇ ଇଡି ଅଧିକାରୀମାନେ ଗେହଲଟ୍‌ଙ୍କୁ ପ୍ରଶ୍ନ କରିଥିଲେ। ଦିଲ୍ଲୀ ସରକାରରେ ଗେହଲଟ ଗୃହ, ପରିବହନ ଓ ଆଇନ ମନ୍ତ୍ରୀ ଅଛନ୍ତି। ଇଡି ସମନ କଲେ ସେ ପୁନର୍ବାର ଜେରା ପାଇଁ ହାଜର ହେବେ ବୋଲି କହିଛନ୍ତି। ବର୍ତ୍ତମାନ ରଦ୍ଦ ହୋଇଥିବା ଦିଲ୍ଲୀ ସରକାରଙ୍କ ୨୦୨୧-୨୨ ଅବକାରୀ ନୀତି ଖୁଚୁରା ବ୍ୟବସାୟୀମାନଙ୍କୁ ପାଖାପାଖି ୧୮୫ ପ୍ରତିଶତ ଲାଭ ଦେଉଥିବାବେଳେ ପାଇକାରୀ ବ୍ୟବସାୟୀଙ୍କୁ ୧୨ ପ୍ରତିଶତ ଲାଭ ଦେଉଥିଲା ବୋଲି ଇଡି କହିଛି। ପାଇକାରୀ ବ୍ୟବସାୟୀଙ୍କୁ ମିଳୁଥିବା ଲାଭରୁ ୬ ପ୍ରତିଶତ ବା ୬୦୦ କୋଟିରୁ ଊର୍ଦ୍ଧ୍ୱ ଲାଞ୍ଚ କାରବାର ହୋଇଥିଲା, ଯାହା ଗୋଆ ଓ ପଞ୍ଜାବ ନିର୍ବାଚନ ପ୍ରଚାରରେ ବ୍ୟବହାର କରାଯାଇଥିଲା ବୋଲି ଇଡି ଅଭିଯୋଗ କରିଛି। ଉକ୍ତ ଅର୍ଥରୁ ଆପ୍‌ ଓ ଏହାର ନେତାମାନଙ୍କ ପାଖକୁ ୧୦୦ କୋଟି ଟଙ୍କା ଯାଇଥିଲା। ଗେହଲଟ ଗୋଟିଏ ସିମ୍‌ ନମ୍ବର ବ୍ୟବହାର କରୁଥିବାବେଳେ ସେ ତାଙ୍କର ଅନ୍ତର୍ଜାତୀୟ ମୋବାଇଲ ଇକ୍ୟୁପମେଣ୍ଟ ଆଇଡେଣ୍ଟିଟି (ଆଇଏମ୍‌ଇଆଇ)କୁ ୩ ଥର ବଦଳାଇଥିବା ଇଡି ଅଭିଯୋଗ କରିଛି। ଅବକାରୀ ଦୁର୍ନୀତି ମାମଲାରେ ପୂର୍ବରୁ କେଜ୍‌ରିଓ୍ବାଲଙ୍କ ସମେତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଏବଂ ଆପ୍‌ ଏମ୍‌ପି ସଞ୍ଜୟ ସିଂ ଜେଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri