ଭାରତ-ଇଜିପ୍ଟ ସମ୍ପର୍କ ‘ରଣନୀତିକ ସହଭାଗିତା’ରେ ପରିଣତ

କାଇରୋ, ୨୬ା୬(ପି.ଟି.) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ଇଜିପ୍ଟ ଗସ୍ତରେ ଯାଇ ରବିବାର ରାଷ୍ଟ୍ରପତି ଅବଦେଲ, ଫତହ ଏଲ୍‌-ସିସିଙ୍କ ସହ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ଆଲୋଚନାରେ ରାଜନୈତିକ ଓ ସୁରକ୍ଷା ସହଯୋଗ ବଢ଼ାଇକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା। ଉଭୟ ନେତାଙ୍କ ମଧ୍ୟରେ ବୈଠକ ପରେ ଭାରତ-ଇଜିପ୍ଟ ସମ୍ପର୍କ ‘ରଣନୀତିକ ସହଭାଗିତା’କୁ ଉନ୍ନୀତ ହୋଇଛି। ୨୬ ବର୍ଷ ପରେ ଭାରତୀୟ ପ୍ରଧାନମନ୍ତ୍ରୀ ପ୍ରଥମ ଥର ପାଇଁ ଇଜିପ୍ଟକୁ ଦ୍ୱିପାକ୍ଷିକ ଗସ୍ତରେ ଯାଇଥିଲେ। ଏହି ଅବସରରେ ମୋଦି ଏବଂ ସିସିଙ୍କ ମଧ୍ୟରେ ରାଜନୈତିକ, ସୁରକ୍ଷା ଓ ପ୍ରତିରକ୍ଷା ସହଯୋଗ ବଢ଼ାଇବା ସମେତ ବାଣିଜ୍ୟ, ନିଯୁକ୍ତି ସମ୍ପର୍କ ବୃଦ୍ଧି ଏବଂ ବିଜ୍ଞାନ ଓ ଶିକ୍ଷା ଭିତ୍ତିକ ତଥ୍ୟ ଆଦାନ ପ୍ରଦାନ ନେଇ ଆଲୋଚନା ପରେ ରଣନୀତିକ ସହଭାଗିତା ଦସ୍ତାବିଜରେ ଉଭୟେ ସ୍ବାକ୍ଷର କରିଛନ୍ତି। ଏହା ବ୍ୟତୀତ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର, କୀର୍ତ୍ତିରାଜି ଓ ପ୍ରତ୍ନତାତ୍ତ୍ୱିକ ସ୍ଥଳର ସୁରକ୍ଷା ଏବଂ ସଂରକ୍ଷଣ ତଥା ପ୍ରତିଯୋଗିତା ଆଇନକୁ ନେଇ ୩ଟି ଚୁକ୍ତିନାମା ସ୍ବାକ୍ଷରିତ ହୋଇଥିବା ବହିର୍ବ୍ୟାପାର ସଚିବ ବିନୟ କ୍ୱାଟ୍ରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଶନିବାର ପ୍ରଧାନମନ୍ତ୍ରୀ କାଇରୋରେ ପହଞ୍ଚତ୍ବା ପରେ ତାଙ୍କ ଇଜିପ୍ଟ ପ୍ରତିପକ୍ଷ ମୁସ୍ତାଫା ମାଡବୁଲିଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri