Posted inଖେଳ

ଭାରତ-ଇଂଲଣ୍ଡ ଫାଇନାଲ ଆଜି

ପୋଶ୍ଚେଫଷ୍ଟ୍ରୁମ୍‌, ୨୯ା୧: ଚଳିତ ୧୯ ବର୍ଷରୁ କମ୍‌ ମହିଳା ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ ରବିବାର ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ। ଟାଇଟଲ ଜିତି ଇତିହାସ ସୃଷ୍ଟିକରିବା ଲାଗି ବ୍ୟାଟିଂ ସେନ୍‌ସେସନ ଶେଫାଳି ବର୍ମାଙ୍କ ପାଇଁ ଏହା ଏକ ସୁଯୋଗ। ଭାରତୀୟ ମହିଳା କ୍ରିକେଟ ଦଳ ଏପର୍ଯ୍ୟନ୍ତ କୌଣସି ସ୍ତରରେ ଏକ ବିଶ୍ୱକପ୍‌ ଜିତିପାରି ନାହିଁ। ଶେଫାଳି ସିନିୟର ଦଳ ସହ ଦୁଇଟି ବିଶ୍ୱକପ୍‌ ଏବଂ ଗୋଟିଏ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଫାଇନାଲ ଖେଳିଛନ୍ତି। ଦେଶକୁ ସେ ଟାଇଟଲ ସହ ଫେରିବା ଲକ୍ଷ୍ୟରେ ଥିଲେ। ସିନିୟର ଦଳ ସମସ୍ତ ଫର୍ମାଟରେ ଏ ପର୍ଯ୍ୟନ୍ତ ୩ଥର ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛନ୍ତି ଏବଂ ଦୁଃଖଦ ଅନୁଭୂତି ନେଇ ଫେରିଛନ୍ତି। ସେମାନେ ୨୦୦୫ ଦିନିକିଆ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆଠାରୁ ୯୮ରନରେ ଏବଂ ୨୦୧୭ରେ ଇଂଲଣ୍ଡ ନିକଟରୁ ୯ ରନରେ ପରାଜିତ ହୋଇଛନ୍ତି। ପୁନଶ୍ଚ ଟି୨୦ରେ ସେମାନେ ୨୦୨୦ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ୮୫ ରନରେ ହାରିଛନ୍ତି। ଶେଫାଳି ଏଥର ସୁଯୋଗ ହାତଛଡ଼ା କରିବାକୁ ଚାହିଁବେ ନାହିଁ। ଟୁର୍ନାମେଣ୍ଟର ସୁପର ସିକ୍ସ ଲିଗ୍‌ ପର୍ଯ୍ୟାୟରେ ଭାରତ କେବଳ ଅଷ୍ଟ୍ରେଲିଆ ନିକଟରୁ ପରାସ୍ତ ହୋଇଛି। ତେବେ ଦଳ ଅଷ୍ଟ୍ରେଲିଆକୁ ମାତ୍ର ୮୭ ରନରେ ଅଲଆଉଟ କରିଦେଇଥିଲା। ଅନ୍ୟପକ୍ଷରେ ଭାରତର ଫାଇନାଲ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଶକ୍ତିଶାଳୀ ମନେ ହେଉଛି। ସୁପର ସିକ୍ସ ଗ୍ରୁପ୍‌ ପର୍ଯ୍ୟାୟରେ ଦଳ ଏହାର ସମସ୍ତ ମ୍ୟାଚରେ ବିଜୟ ଲାଭ କରିଛି। ଅଷ୍ଟ୍ରେଲିଆ ବିପକ୍ଷ ସେମିଫାଇନାଲରେ ସେମାନେ ୧୯.୫ ଓଭରରେ ୯୯ରନ କରି ଅଲଆଉଟ ହୋଇଯାଇଥିଲେ। ମାତ୍ର ଇଂଲଣ୍ଡ ପରେ ଅଷ୍ଟ୍ରେଲିଆକୁ ୧୮.୪ ଓଭରରେ ୯୬ ରନ ସ୍କୋରରେ ଅଲଆଉଟ କରିଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri