Posted inଖେଳ

ଡବ୍ଲ୍ୟୁଟିସି-୨ ଆରମ୍ଭରୁ ଝୁଣ୍ଟିଲେ ଭାରତ, ଇଂଲଣ୍ଡ

ଦୁବାଇ,୧୧।୮ : ନିକଟରେ ଅମୀମାଂସିତ ଭାବେ ଶେଷ ହୋଇଥିବା ଟ୍ରେଣ୍ଟ ବ୍ରିଜ ଟେଷ୍ଟରୁ ଆରମ୍ଭ ହୋଇଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଦ୍ୱିତୀୟ ସଂସ୍କରଣ। ପ୍ରଥମ ସଂସ୍କରଣର ଉପବିଜେତା ଭାରତ ଓ ଇଂଲଣ୍ଡ ଆରମ୍ଭରୁ ହିଁ ଝୁଣ୍ଟି ପଡ଼ିଛନ୍ତି। ପ୍ରଥମ ମ୍ୟାଚ୍‌ରେ ଧୀମା ବୋଲିଂ ହାର କାରଣରୁ ଉଭୟ ଦଳର ଗୋଟିଏ ଲେଖାଏ ଡବ୍ଲ୍ୟୁଟିସି ପଏଣ୍ଟ କାଟ କରାଯାଇଛି। ଏଥି ସହିତ କାଟି ଦିଆଯାଇଛି ଦୁଇ ଦଳର ଖେଳାଳିଙ୍କ ୪୦ ପ୍ରତିଶତ ମ୍ୟାଚ୍‌ ଫି’।

ଧାର୍ଯ୍ୟ ସମୟ ମଧ୍ୟରେ କୌଣସି ଦଳ ପ୍ରଦତ୍ତ ଓଭର ବୋଲିଂ କରି ପାରି ନ ଥିଲେ। ଉଭୟ କ୍ଷେତ୍ରରେ ଦୁଇ ଓଭର ବଳକା ରହି ଯାଇଥିଲା। ଏଥି ଯୋଗୁ ଦୁଇ ଦଳ ଉପରେ ଏହି ଦଣ୍ଡାଦେଶ ଲଦି ଦେଇଛନ୍ତି ଆଇସିସିର ମ୍ୟାଚ୍‌ ରେଫରି କ୍ରିସ ବ୍ରଡ୍‌। ବିରାଟ କୋହଲି ଓ ଜୋ ରୁଟ୍‌ ଦଣ୍ଡାଦେଶ ସ୍ବୀକାର କରି ନେଇଥିବାରୁ କୌଣସି ଶୁଣାଣିର ଆବଶ୍ୟକତା ନାହିଁ। ପ୍ରଥମ ଟେଷ୍ଟ ଡ୍ର’ ହେବା କାରଣରୁ ଦୁଇ ଦଳକୁ ୪ ପଏଣ୍ଟ ଲେଖା ମିଳିଥିଲା। କିନ୍ତୁ ଧିମା ବୋଲିଂ କାରଣରୁ ଗୋଟିଏ ଲେଖା ପଏଣ୍ଟ ହ୍ରାସ ହେବାରୁ ଡବ୍ଲ୍ୟୁଟିସି ତାଲିକାରେ ଭାରତ ଓ ଇଂଲଣ୍ଡର ପଏଣ୍ଟ ୩କୁ ଖସିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri