ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ଭାରତ-ଇଂଲଣ୍ଡ ଦଳ: କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୭ା୨(ସୂର୍ଯ୍ୟକାନ୍ତ ବେହେରା):କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ ମ୍ୟାଚ୍‌ ଖେଳାଯିବ। ଉଭୟ ଦଳ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ମେ’ଫେୟାର ହୋଟେଲ୍‌ରେ ରହିବେ। କମିଶନରେଟ ପୋଲିସ ପକ୍ଷରୁ ଖେଳାଳିଙ୍କ ସୁରକ୍ଷା ପାଇଁ ୫୦ ପ୍ଲାଟୁନ୍‌ ଫୋର୍ସ ସହ କଡ଼ା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହାପୂର୍ବରୁ ବିମାନବନ୍ଦରରୁ ହୋଟେଲ୍‌ ଏବଂ ସେଠାରୁ ବାରବାଟୀରେ କିଭଳି ସୁରକ୍ଷିତ ଭାବେ ଉଭୟ ଦଳର ଖେଳାଳିମାନେ ପହଞ୍ଚତ୍ବେ ସେନେଇ କମିଶନରେଟ ପୋଲିସ ପକ୍ଷରୁ ଗୁରୁବାର ସନ୍ଧ୍ୟାରେ କାର୍‌କେଡ୍‌ ରିହର୍ସାଲ କରାଯାଇଛି। ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ଓ ଡିସିପି ପିନାକ୍‌ ମିଶ୍ର ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ଶନିବାର ଅପରାହ୍ନ ୧ଟାରୁ ୪ଟା ପର୍ଯ୍ୟନ୍ତ ଇଂଲଣ୍ଡ ଦଳ ଓ ଭାରତୀୟ ଦଳ ଅପରାହ୍ନ ୪ଟାରୁ ରାତି ୮ ପର୍ଯ୍ୟନ୍ତ ବାରବାଟୀରେ ଅଭ୍ୟାସ କରିବେ। ଉଭୟ ଦଳର ଖେଳାଳି ମେ’ ଫେୟାରରୁ ବାହାରି ଜାତାୟ ରାଜପଥ-୧୬ ରସୁଲଗଡ଼ ଦେଇ କଟକ ଯିବାକୁ ଥିବା ରୁଟ୍‌ ଲାଇନ ପ୍ରସ୍ତୁତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri