ଶ୍ରୀଲଙ୍କାକୁ ୪୦ ହଜାର ଟନ୍‌ ଇନ୍ଧନ ପଠାଇଲା ଭାରତ…

କଲୋମ୍ବୋ/ନୂଆଦିଲ୍ଲୀ, ୧୫।୨ : ଶକ୍ତି ସଙ୍କଟ ସହିତ ସମସ୍ୟାରେ ପଡ଼ିଥିବା ଶ୍ରୀଲଙ୍କାର ସହାୟତା ପାଇଁ ଭାରତ ମଙ୍ଗଳବାର ୪୦ ହଜାର ଟନ୍‌ ଇନ୍ଧନ ପଠାଇଛି। ଶ୍ରୀଲଙ୍କାରେ ଅବସ୍ଥାପିତ ଥିବା ଭାରତୀୟ ଉଚ୍ଚାୟୁକ୍ତ ଗୋପାଳ ବାଗ୍‌ଲେ ଏନେଇ ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ଭାରତ ଶ୍ରୀଲଙ୍କାକୁ ସବୁବେଳେ ପ୍ରିୟ ବନ୍ଧୁଭାବେ ବିବେଚନା କରିଥାଏ। ଏହା ସହିତ ସେ ଶ୍ରୀଲଙ୍କା ଅଧିକାରୀଙ୍କୁ ଏ ସମ୍ପର୍କିତ କାଗଜ ପତ୍ର ହସ୍ତାନ୍ତର କରିଛନ୍ତି। ତେଲ ଟ୍ୟାଙ୍କର ସ୍ବର୍ଣ୍ଣ ପୁଷ୍ପ କଲୋମ୍ବୋ ବନ୍ଦରରେ ପହଞ୍ଚିଛି। ଶ୍ରୀଲଙ୍କା ଶକ୍ତିମନ୍ତ୍ରୀ ଉଦୟ ଗମ୍ମନପିଲେ ସ୍ବର୍ଣ୍ଣ ପୁଷ୍ପକୁ ସ୍ବାଗତ କରିଛନ୍ତି।

୨୦୨୨ ଜାନୁୟାରୀରେ ଭାରତ ଶ୍ରୀଲଙ୍କାକୁ ୯୦ କୋଟି ଡଲାରର ଋଣ ଯୋଗାଇ ଦେବାକୁ ଘୋଷଣା କରିଥିଲା। ସେହିପରି ଫେବୃୟାରୀରେ ଇନ୍ଧନ କିଣିବା ପାଇଁ ୫୦ କୋଟି ଡଲାର ଋଣ ସହାୟତା ଲାଗି ସହମତି ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri