Posted inଖେଳ

ନମ୍ବର-୧ ହେଲା ଭାରତ

ଦୁବାଇ,୪।୫: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ବୁଧବାର ଟି-୨୦ ଅନ୍ତର୍ଜାତୀୟ ଦଳର ବାର୍ଷିକ ମାନ୍ୟତା ପ୍ରକାଶ କରିଛି। ଆଇସିସି ଦ୍ୱାରା ପ୍ରକାଶିତ ସର୍ବଶେଷ ର଼୍ୟାଙ୍କିଙ୍ଗରେ ଭାରତୀୟ ଦଳ ଟି-୨୦ରେ ଶୀର୍ଷ ସ୍ଥାନରେ ପହଞ୍ଚିଛି। ରୋହିତ ଶର୍ମା ଅଧିନାୟକ ହେବା ପରେ ଟିମ ଇଣ୍ଡିଆ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରିଥିଲା। ଏହାପୂର୍ବରୁ ଗତ ବର୍ଷ ସଂଯୁକ୍ତ ଆରବ ଏମିରେଟ୍ସରେ ଖେଳାଯାଇଥିବା ଟି-୨୦ ବିଶ୍ୱକପରେ ଭାରତର ପ୍ରଦର୍ଶନ ଅତ୍ୟନ୍ତ ନୈରାଶ୍ୟଜନକ ଥିଲା। ଟି-୨୦ ବିଶ୍ୱକପରେ ଭାରତୀୟ ଦଳ ପ୍ରଥମ ରାଉଣ୍ଡରୁ ବାହାରି ଯାଇଥିଲା। କିନ୍ତୁ ରୋହିତ ଶର୍ମାଙ୍କ ଦାୟିତ୍ୱ ଗ୍ରହଣ କରିବା ପରେ ଭାରତୀୟ ଦଳ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଜବରଦସ୍ତ ପ୍ରଦର୍ଶନ କରିଛି। ଫଳରେ ଟିମ ଇଣ୍ଡିଆ ପୁଣି ଥରେ କ୍ରିକେଟର ଛୋଟ ଫର୍ମାଟରେ ଶୀର୍ଷରେ ପହଞ୍ଚିବାରେ ସଫଳ ହୋଇଛି।
ଆଇସିସି ଦ୍ୱାରା ପ୍ରକାଶିତ ସର୍ବଶେଷ ର଼୍ୟାଙ୍କିଙ୍ଗରେ ଭାରତୀୟ ଦଳ ୨୭୦ ରେଟିଂ ପଏଣ୍ଟ ସହିତ ପ୍ରଥମ ସ୍ଥାନରେ ଅଛି। ଇଂଲଣ୍ଡ ୨୬୫ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ରହିଛି। ଏହା ବ୍ୟତୀତ ପାକିସ୍ତାନ ୨୬୧ ପଏଣ୍ଟ ସହ ତୃତୀୟ, ଦକ୍ଷିଣ ଆଫ୍ରିକା ୨୫୩ ପଏଣ୍ଟ ସହ ଚତୁର୍ଥ, ଅଷ୍ଟ୍ରେଲିଆ ୨୫୧ ରେଟିଂ ପଏଣ୍ଟ ସହିତ ନ୍ୟୁଜିଲାଣ୍ଡ ଷଷ୍ଠ, ୨୪୦ ପଏଣ୍ଟ ସହ ୱେଷ୍ଟଇଣ୍ଡିଜ ସପ୍ତମ, ୨୩୩ ପଏଣ୍ଟ ସହ ବାଂଲାଦେଶ ଅଷ୍ଟମ, ୨୩୦ ପଏଣ୍ଟ ଶ୍ରୀଲଙ୍କା ନବମ ଏବଂ ଆଫଗାନିସ୍ତାନର ଦଳ ୨୨୬ ରେଟିଂ ପଏଣ୍ଟ ସହିତ ୧୦ ନମ୍ବର ସ୍ଥାନରେ ଅଛି।
ରୋହିତ ଶର୍ମା ଅଧିନାୟକ ହେବା ପରେ ଭାରତୀୟ ଦଳ ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ଚମତ୍କାର ପ୍ରଦର୍ଶନ କରିଛି। ରୋହିତଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ କ୍ରମାଗତ ୯ଟି ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ଲଣ୍ଡନ,୯ା୬: ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ ଓ ତାଙ୍କ ଟିମ୍‌ମେଟ୍‌ ଗସ୍‌ ଆଟକିନସନ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ କ୍ରିକେଟରୁ ବାଦ୍‌ ପଡ଼ିଛନ୍ତି। ଦଳର ପ୍ରୋଟୋକଲ ଭଙ୍ଗ…

ଆୟର୍ଲାଣ୍ଡ, ଇଂଲଣ୍ଡ ଟୁରରୁ ସିରାଜଙ୍କୁ ବିଶ୍ରାମ, କାହିଁକି ଜାଣନ୍ତୁ…

ମୁମ୍ବାଇ, ୯ା୬: ଭାରତୀୟ ପେସର ମହମ୍ମଦ ସିରାଜଙ୍କୁ ଓ୍ବାର୍କଲୋଡ୍‌ ମ୍ୟାନେଜମେଣ୍ଟର ଅଂଶ ଭାବେ ଆଗାମୀ ଆୟର୍ଲାଣ୍ଡ ଓ ଇଂଲଣ୍ଡ ଟୁରରୁ ବିଶ୍ରାମ ଦିଆଯାଇଛି। ତାଙ୍କ ବଦଳରେ ପ୍ରସିଦ୍ଧ…

ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…

ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri